Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭୁବନେଶ୍ଵରରେ ଖୋଲିବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

Posted on December 15, 2025

ଭିସା ପାଇଁ ଆଉ କୋଲକାତା, ଦିଲ୍ଲୀ କି ହାଇଦ୍ରାବାଦ ଦୌଡ଼ିବେନି ଓଡ଼ିଶାବାସୀ। ରାଜ୍ୟ ସରକାରଙ୍କ ବଡ଼ ଘୋଷଣା। ଭୁବନେଶ୍ଵରରେ ହେବ ଗ୍ଲୋବାଲ୍ ଭିସା ଆପ୍ଲିକେସନ ସେଣ୍ଟର। ବରମୁଣ୍ଡା ବସ୍ ଟର୍ମିନାଲ୍ ବିଲ୍ଡିଂରେ ଏହି ସେଣ୍ଟର କାର୍ଯ୍ୟକ୍ଷମ ହେବ। ଏଥିପାଇଁ ରାଜ୍ୟ ସରକାର ୩ ହଜାର ବର୍ଗଫୁଟର ଜାଗା ଯୋଗାଇ ଦେବେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି। ଏହି ପ୍ରସ୍ତାବିତ ଭିସା ସେଣ୍ଟର ଭୁବନେଶ୍ୱର ବରମୁଣ୍ଡାସ୍ଥିତ ବାବାସାହେବ ଆମ୍ବେଦକର ବସ୍ ଟର୍ମିନାଲ୍ ବିଲ୍ଡିଙ୍ଗରେ କାର୍ଯ୍ୟକ୍ଷମ ହେବ। ଆନ୍ତର୍ଜାତିକ ଭିସା ପାଇବା ପାଇଁ ପୂର୍ବରୁ ରାଜ୍ୟବାସୀଙ୍କୁ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଭଳି ଦେଶର ଅନ୍ୟ ସହରକୁ ଯିବା ପାଇଁ ପଡୁଥିଲା। ଭୁବନେଶ୍ୱରରେ ଏକ ଭିସା ସେଣ୍ଟର ପ୍ରତିଷ୍ଠା କରିବା ପାଇଁ ରାଜ୍ୟବାସୀଙ୍କ ପକ୍ଷରୁ ବହୁ ଦିନରୁ ଦାବି ରହିଆସୁଥିଲା। ଏସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme