ଭୁବନେଶ୍ୱରରେ ଚିଫ ଜଷ୍ଟିସ ଅଫ୍ ଇଣ୍ଡିଆ ସୂର୍ଯ୍ୟକାନ୍ତ । ଆଜି କଟକରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ । ଓଡିଶା ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ଆୟୋଜିତ ସାଧାରଣ ଲୋକଙ୍କ ପାଇଁ ନ୍ୟାୟ ସୁନିଶ୍ଚିତ, ମାମଲା ଖର୍ଚ୍ଚ ଏବଂ ବିଳମ୍ବ ହ୍ରାସ କରିବା ପାଇଁ ରଣନୀତି ଶୀର୍ଷକ ଆଲୋଚନା ଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ।
କଟକ ଶହୀଦ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ଓଡିଶା ହାଇକୋର୍ଟ ମୁଖ୍ୟ ବିଚାରପତି ହରିଶ ଟଣ୍ଡନ ମୁଖ୍ୟ ବକ୍ତା, ଆଡଭୋକେଟ ଜେନେରାଲ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଓ ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ସୀତାଂଶୁ ମୋହନ ଦ୍ବିବେଦୀ ସମ୍ମାନିତ ଅତିଥି ଭାବେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି ।
