Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭୁବନେଶ୍ୱର ୧ ନଂ ହାଟରେ ଅଗ୍ନିକାଣ୍ଡ ଘଟଣା

Posted on January 20, 2026

ଭୁବନେଶ୍ବର ୧ ନମ୍ବର ହାଟରେ ସ୍ଥିତି ଅନୁଧ୍ୟାନ କଲେ ବିଏମସି ମେୟର ଓ କମିଶନର । କିଛି ଦୋକାନୀ ନିୟମ ମାନୁନାହାନ୍ତି ବୋଲି କହିଛନ୍ତି ବିଏମସି ମେୟର ସୁଲୋଚନା ଦାସ । ପ୍ଲାଷ୍ଟିକ୍ ଓ ଦହନଶୀଳ ସାମଗ୍ରୀ ଯୋଗୁ ନିଆଁ ଜୋରରେ ଲାଗିଥିଲା । ବିଏମସିର ତାଗିଦ୍ ପରେ ବି ଦୋକାନୀ ଶୁଣୁନାହାନ୍ତି ବୋଲି କହିଛନ୍ତି ସୁଲୋଚନା । ସେପଟେ ବିଏମସି କମିଶନର କହିଛନ୍ତି, ଦୋକାନୀ ବହୁଳ ମାତ୍ରାରେ ପ୍ଲାଷ୍ଟିକ୍ ବ୍ୟବହାର କରୁଛନ୍ତି। ପାଲ ପକାଇ ରାସ୍ତାକୁ ସଙ୍କୁଚିତ କରିଦେଇଛନ୍ତି ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତି ପାଖାପାଖି ଗୋଟାଏ ରେ ହଠାତ ୟୁନିଟ- ୧ ହାଟର ଗୋଟିଏ ଦୋକାନରେ ନିଆଁ ଲାଗିଥିଲା । ଚାହୁଁଚାହୁଁ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା । କେହି କିଛି ବୁଝିବା ଆଗରୁ ନିଆଁର କରାଳ ଆଁରେ ଗୋଟିଏ ପରେ ଗୋଟିଏ ଦୋକାନ ଜଳି ଚାଲିଥିଲା । ପାଖାପାଖି ୪୦ଟି ଦୋକାନ ଏହି ନିଆଁରେ ଜଳିଯାଇଛି । ଗୋଟିଏ ଦୋକାନରେ ନିଆଁ ଲାଗିବା ଫଳରେ ଅନ୍ୟ ଦୋକାନକୁ ବ୍ୟାପି ଯାଇଥିଲା । ନିଆଁର ପ୍ରକୋପ ଭୟଙ୍କର ହୋଇଥିବାରୁ ଲିଭାଇବା ପାଇଁ ଆସିଥିବା ୭୦ରୁ ଅଧିକ ଅଗ୍ନିଶମ କର୍ମଚାରୀ ହାଟ ଭିତରକୁ ପଶିପାରିନଥିଲେ । ନିଆଁ ଲିଭାଇବା ପାଇଁ କଳ୍ପନା, ତମାଣ୍ଡୋ, ସଚିବାଳୟ, ଚନ୍ଦ୍ରଶେଖରପୁର, ବାଲିପାଟଣା ଓ ପାହାଳ ଦମକଳବାହିନୀ ସହ ସେଣ୍ଟ୍ରାଲ୍ ଷ୍ଟ୍ରାଇକ୍ ଫୋର୍ସ ଘଟଣାସ୍ଥଳରେ ପହଞ୍ଚି ଲିଭାଇବା ପାଇଁ ପ୍ରାଣମୂର୍ଚ୍ଛା ଉଦ୍ୟମ କରିଥିଲେ । ୧୩ଟି ଦମକଳବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିଲେ। ପ୍ରାୟ ୧ଘଣ୍ଟା ପରେ ନିଆଁ ଆୟତ୍ତ ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme