Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୦ ଯାତ୍ରୀ

Posted on October 24, 2025

ହୁତୁ ହୁତୁ ହୋଇ ଜଳିଗଲା । ଆଖି ପିଛୁଳାକେ ଜଳି ପୋଡି ପାଉଁଶ ହୋଇଗଲା ବସ୍‌ । ଜୀବନ୍ତ ଜଳିଗଲେ ଯାତ୍ରୀ । କିଏ କେଉଁ କାମରେ ଘରୁ ବାହାରିଥିବେ ହେଲେ ଅଧାବାଟରେ ସବୁକିଛି ଛାରଖାର ହୋଇଗଲା । ହାଇଦ୍ରାବାଦ-ବେଙ୍ଗାଲୁରୁ ଏନ୍‌ଏଚ୍‌ରେ କାବେରୀ ଟ୍ରଭେଲସର ଏକ ଯାତ୍ରୀବାହୀ ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ୨୦ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ଆନ୍ଧ୍ରର କୁର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ବଡ଼ ଅଘଟଣ ଘଟିଛି । ବାଇକ୍‌ ସହ ପିଟି ହୋଇ ହଠାତ୍‌ ବସ୍‌ରେ ନିଆଁ ଲାଗିଯାଇଥିଲା । ଜୀବନ ବିକଳରେ କିଛି ଯାତ୍ରୀ ଡେଇଁ ପଡିଥିଲେ । ବସ୍‌ରେ ୪୨ ଜଣ ଯାତ୍ରୀ ଥିଲେ । ୨୦ ଜଣଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟ ହସ୍ତଗତ ହୋଇଛି । ଅନେକଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ହାଇଦ୍ରାବାଦରୁ ବେଙ୍ଗାଲୁରୁ ଅଭିମୁଖେ ଯାଉଥିଲା ବସ୍‌ । ବସ୍‌ରେ ଥିବା ଅଧିକାଂଶ ଯାତ୍ରୀ ହାଇଦ୍ରାବାଦ ଏବଂ ବେଙ୍ଗାଲୁରୁ ମଧ୍ୟରେ ଯାତ୍ରା କରୁଥିବା ପ୍ରବାସୀ ଶ୍ରମିକ ବୋଲି କୁହାଯାଉଛି ।

ସୂଚନା ଅନୁସାରେ, ହାଇୱେରେ ବସ୍‌ଟି ଏକ ଦୁଇଚକିଆ ଯାନ ସହିତ ଧକ୍କା ହୋଇଥିଲା । ଏହାପରେ ବସ୍‌ରେ ନିଆଁ ଲାଗିଯାଇଥିଲା । ଦୁର୍ଘଟଣା ଘଟିବା ପରେ କିଛି ଲୋକ ଜୀବନ ବିକଳରେ ଏମରଜେନ୍ସି ଡୋର ଦେଇ ଡେଇଁ ପଡିଥିଲେ । ଆହତଙ୍କୁ କୁର୍ଣ୍ଣୁଲ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଗ୍ନିକାଣ୍ଡ ଏକେ ଭୟଙ୍କର ଥିଲା ଯେ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ସ୍ଥାନୀୟ ଲୋକ ଓ ପୁଲିସ୍‌ ସହାୟତାରେ ଉଦ୍ଧାରକାର୍ଯ୍ୟ ଆରମ୍ଭ ହୋଇଥିଲା । ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme