Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଭୟାବହ ଅଗ୍ନିକାଣ୍ଡରେ ୩ ବଖରା ଘର ସହିତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ।

Posted on December 10, 2025

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସିଂହଡା ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟି ୩ଟି ପରିବାରର ୩ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି। ଏଥିସହିତ ଲକ୍ଷାଧିକ ଟଙ୍କାର ଧନ ସମ୍ପତ୍ତି ଜଳିପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଗାଁର ବାବାଜୀ ନାୟକ, ସୁରଥ ନାୟକ ଓ ମୁରଲୀ ନାୟକଙ୍କ ପରିବାର ଲୋକେ ଘରେ ନଥିବା ସମୟରେ ହଠାତ ଅଗ୍ନିକାଣ୍ଡ ଘଟିଥିଲା। କ୍ଷଣକରେ ୩ ବଖରା ଘର ସମ୍ପୂର୍ଣ୍ଣ ଜଳିପୋଡି ନଷ୍ଟ ହୋଇ ଯାଇଥିଲା। ଘରେ ଥିବା ଆସବାବପତ୍ର, ଧାନ, ଚାଉଳ, ଜରୁରୀ କାଗଜପତ୍ର ଏବଂ ପୋଷାକ ଆଦି ସମ୍ପୂର୍ଣ୍ଣ ଜଳି ଯାଇଥିବା ଜଣାପଡିଛି। ଖବର ପାଇ ପରଜଙ୍ଗ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ଖବର ପାଇ ପରଜଙ୍ଗ ତହସିଲଦାର ସ୍ବଦେବ ପୃଷ୍ଟି ଅଗ୍ନି ବିପନ୍ନଙ୍କ ପରିବାରକୁ ଭେଟି କ୍ଷତି ପୂରଣ ଦେବାକୁ ପ୍ରତିଶୃତି ଦେବା ସହ ରହିବା ପାଇଁ ପଲିଥିନ ଯୋଗାଇ ଦେଇଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme