Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମଙ୍ଗଳବାର ଲଘୁଚାପ, ୨୩ରେ ନେଇପାରେ ଅବପାତ ରୂପ

Posted on October 20, 2025

ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ  ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ  ରବିବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।  ଏହା ଅଧିକ ଘନୀଭୂତ ହୋଇ ମଙ୍ଗଳବାର ସୁଦ୍ଧା ଲଘୁଚାପ ରୂପ  ନେବ ବୋଲି ପାଣିପାଗ ବିଭାଗ  ପୂର୍ବାନୁମାନ କରିଛି । ଲଘୁଚାପ ସୃଷ୍ଟି ପରେ ଏହା  ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ  ଗତି କରିବ । ଏହା ଅଧିକ ବଳ  ଗୋଟାଇ ପୁଣି ଘନୀଭୂତ ହେବ ।  ୨୩ ତାରିଖ ବେଳକୁ ଏହା ଦକ୍ଷିଣ  ବଙ୍ଗୋପସାଗରର କେନ୍ଦ୍ରଭାଗରେ  ଅବପାତ ରୂପ ନେବ ବୋଲି  ପାଣିପାଗ ବିଭାଗ ଆକଳନ କରିଛି ।

ବରିଷ୍ଠ ପାଣିପାଗ ବିଶେଷଜ୍ଞ  ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ  କହିଛନ୍ତି, ୨୩ ତାରିଖରେ ଅବପାତ  ସୃଷ୍ଟି ହୋଇପାରେ । କିନ୍ତୁ ବାତ୍ୟା  ସୃଷ୍ଟି ନେଇ କୌଣସି ଆଶଙ୍କା ନାହିଁ। ଅବପାତ ସୃଷ୍ଟି ହେବା  ପରେ ଏହାର ଦୁଇଟି ସମ୍ଭାବ୍ୟ ଦିଗ  ରହିଛି । ଏହା ଦକ୍ଷିଣ ଆନ୍ଧ୍ରପ୍ରଦେଶର  ନେଲୋର, ବିଶାଖାପାଟଣା ତଳକୁ  ଉପକୂଳ ଛୁଇଁପାରେ । ଆଉ ଗୋଟେ  ଦୃଶ୍ୟପଟ ହେଉଛି, ଏହା ପାଖାପାଖି  ହେବା ପରେ ଉପକୂଳ ନ ଛୁଇଁ  ଆନ୍ଧ୍ର-ଓଡ଼ିଶା ଉପକୂଳ ଦେଇ  ପଶ୍ଚିମବଙ୍ଗ ଆଡ଼କୁ ଯାଇପାରେ ।

ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର  ଆଶଙ୍କା ନାହିଁ । ଏହା କେବଳ  ଅବପାତରେ ହିଁ ସୀମିତ ରହିପାରେ । ରାଜ୍ୟରେ ପବନ ବି ହୋଇନପାରେ ।  ୨୪, ୨୫, ୨୬ ତାରିଖ ତିନି ଦିନ  ମଧ୍ୟମରୁ ଭାରୀ ବର୍ଷା ହାଇପାରେ । ୨୪ ତାରିଖରେ ଉପକୂଳ ସଂଲଗ୍ନ  ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ । ୨୫  ଓ ୨୬ ତାରିଖ ପୂରା ରାଜ୍ୟରେ ବର୍ଷା  ସମ୍ଭାବନା ଅଛି । ୨୭ରେ ଉଊର  ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme