Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ

Posted on October 11, 2025

ମଦ୍ୟପ ସ୍ୱାମୀର ଉନ୍ମତ୍ତକାଣ୍ଡ। ଘରୋଇ କଳିକୁ କେନ୍ଦ୍ର କରି ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ । ମୃତ ମହିଳା ଜଣକ ଟୁରୀ ଦେହୁରୀ ବୋଲି ଜଣାପଡ଼ିଛି । ହତ୍ୟାକାରୀ ସ୍ୱାମୀକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ । ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅସନକୁଦର ଗାଁର ଖଡ଼ିଆସାହିରେ ଏଭଳି ଅଭାବନୀୟ ଘଟଣା ଘଟିଛି।

ଖବର ଅନୁଯାୟୀ, ଘରୋଇ କଳିକୁ କେନ୍ଦ୍ର କରି ମଦ୍ୟପ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ବିବାଦ ଲାଗିରହିଥିଲା । ଶୁକ୍ରବାର ବିଳମ୍ବିତ ରାତିରେ ସ୍ୱାମୀ ସୁବଧି ଦେହୁରୀ ଏକ ଟାଙ୍ଗିଆରେ ସ୍ତ୍ରୀ ଟୁରୀ ଦେହୁରୀକୁ ହାଣି ହତ୍ୟା କରିଦେଇଛି । ଏସମ୍ପର୍କରେ ଖବର ପାଇ ଠାକୁରମୁଣ୍ଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ସ୍ୱାମୀକୁ ଥାନାରେ ଅଟକ ରଖି ପଚରାଉଚରା କରୁଛି । ଏହାସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ନିକଟସ୍ଥ ମେଡିକାଲକୁ ପଠାଇଛି ପୁଲିସ । ଘଟଣାରେ ଅଧିକ ତଦନ୍ତ ପାଇଁ ବାରିପଦାରୁ ଏକ ସାଇଣ୍ଟିଫିକ୍‌କୁ ମଧ୍ୟ ଡକାଯାଇଛି । ସାଇଣ୍ଟିଫିକ୍‌ ଟିମ୍‌ ଆସିବା ପରେ ଘଟଣାର ଅଧିକ ତଦନ୍ତ ହେବ ବୋଲି କହିଛି ଠାକୁରମୁଣ୍ଡା ପୁଲିସ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme