Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମହାପ୍ରସାଦରେ ବନସ୍ପତି ଘିଅ ଅଭିଯୋଗ! ସେବକଙ୍କୁ ଜବାବ୍ ତଲବ

Posted on November 4, 2025

ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରସାଦ ପ୍ରସ୍ତୁତିରେ ବନସ୍ପତି ଘିଅ ବ୍ୟବହାର କରାଯାଉଥିବା ଅଭିଯୋଗ ଆସିବା ପରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ ଜଣେ ମହାସୁଆର ନିଯୋଗ ସେବକଙ୍କୁ ଜବାବ୍ ତଲବ କରିଛି।

ମନ୍ଦିର ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମହାପ୍ରସାଦ ଏବଂ ଅନ୍ୟାନ୍ୟ ରୀତିନୀତି ପାଇଁ କେବଳ ଓମଫେଡ୍ ଘିଅ ବ୍ୟବହାର କରିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଅଭିଯୁକ୍ତ ସେବକ ଏହି ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କରିଛନ୍ତି।

ଏସଜେଟିଏର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୋମବାର କହିଛନ୍ତି ଯେ, ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ବଳବତ୍ତର ରହିଛି ଏବଂ କୌଣସି ପ୍ରକାର ଅନୁଶାସନହୀନତାକୁ ବରଦାସ୍ତ କରାଯିବ ନାହିଁ। ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି।

ମହାପ୍ରସାଦର ପବିତ୍ରତା ବଜାୟ ରଖିବା ପାଇଁ ଅନୁମୋଦିତ ମାନଦଣ୍ଡ ପାଳନ କରିବା ବାଧ୍ୟତାମୂଳକ ବୋଲି ଏସଜେଟିଏ ପୁନରାବୃତ୍ତି କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme