
ଆଜି କେନ୍ଦୁଝର ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମାଆଙ୍କୁ ଦର୍ଶନ କରିବା ସହ ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିବେ । ପ୍ରାୟ ୩୦୦ କୋଟିରୁ ଉର୍ଦ୍ଧ୍ଵ ଟଙ୍କା ବ୍ୟୟରେ ବିକାଶ ଯୋଜନାର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ସକାଳ ୯ଟା ୩୦ ମିନିଟରେ ଘଟଗାଁ ମିନିଷ୍ଟାଡିୟମ ନିକଟ ହେଲିପ୍ୟାଡରେ ଅବତରଣ କରିବେ। ସେଠାରୁ ରୋଡ ସୋ’ରେ ବାହାରି ତାରିଣୀ ମନ୍ଦିର ଯାଏ ଆସିବେ।
ମନ୍ଦିରରେ ମା’ ତାରଣୀଙ୍କ ଦର୍ଶନ କରିବା ପରେ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହାପରେ ଘଟଗାଁ ମିନି ଷ୍ଟାଡିୟମରେ ଆୟୋଜିତ ସଭାରେ ଯୋଗଦେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି କାର୍ଯ୍ୟକ୍ରମରେ ବହୁ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।
