Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା,୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

Posted on December 18, 2025

ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ ରେକର୍ଡ ପରିମାଣର ୩୧ ହଜାର କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ କରାଯାଇଛି। ଏଣିକି ଆଉ ଠିକାରେ ଶିକ୍ଷକ ନିଯୁକ୍ତ ହେବେନାହିଁ। ରାଜ୍ୟରେ ଶିକ୍ଷକ ଅଭାବ ଦୂର କରିବା ପାଇଁ ୩ ବର୍ଷ ମଧ୍ୟରେ ୪୫ ହଜାର ଶିକ୍ଷକ ପଦବୀ ସୃଷ୍ଟି କରିବା ପାଇଁ ପଦକ୍ଷେପ ନିଆଯାଇଛି। ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ପାଠ୍ୟ ପୁସ୍ତକ ପ୍ରଦାନ କରିବା ପାଇଁ ସ୍ଥିର ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବ୍ରହ୍ମପୁରଠାରେ କହିଛନ୍ତି।

ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ନୀଳକଣ୍ଠନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସେଠାରେ ସେ ଆହୁରି କହିଥିଲେ, ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନଶୀଳତା ଓ ସ୍ବାବଲମ୍ବୀ ଭାବ ବୃଦ୍ଧି ଉଦ୍ଦେଶ୍ୟରେ ଜାତୀୟ ପାଠ୍ୟକ୍ରମ ଢାଞ୍ଚା ଆଧାରରେ ରାଜ୍ୟରେ ପାଠ୍ୟକ୍ରମ ଆରମ୍ଭ ହେବ। ପ୍ରାଥମିକ ସ୍ତରରେ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ବିଦ୍ୟାଳୟ ସ୍ଥାପନ ହେବ। ପ୍ରଥମ ପର୍ଯ୍ୟାୟରେ ୨୨୦୦ ସ୍କୁଲ ପାଇଁ ଅନୁମୋଦନ ଦିଆଯାଇଛି । ସିବିଏସ୍‌ଇ ଏବଂ ଆଇସିଏସ୍‌ଇ ଢାଞ୍ଚାରେ ମାଧ୍ୟମିକ ଶିକ୍ଷା ବୋର୍ଡ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡକୁ ମିଶାଇ ଗୋଟିଏ ବୋର୍ଡ ଗଠନ କରାଯିବ ବୋଲି ସେ କହିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବ୍ରହ୍ମପୁର ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ କହିଥିଲେ। ବ୍ରହ୍ମପୁର ସହର ଓ ନିକଟବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗର ବିକାଶ ପାଇଁ ୧୦ଟି ଗୁରୁତ୍ୱପୂର୍ଣ୍ଣ ରାସ୍ତା ନିର୍ମାଣ ହେବ। ଏଥିପାଇଁ ୫୨ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ ହେବ। ଏଥିସହ ବ୍ରହ୍ମପୁର-ଜୟପୁର ୬ ଲେନ ବିଶିଷ୍ଟ ରାସ୍ତା ପାଇଁ ୬ ହଜାର କୋଟି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଗ୍ରେଟର ବ୍ରହ୍ମପୁର ସିଟି ପାଇଁ ଡିପିଆର ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଯୋଜନାବଦ୍ଧ ଭାବେ ସମସ୍ତ ମୌଳିକ ସେବା ଯୋଗାଇ ଦେବାପାଇଁ ସହରରେ ଟାଉନ ପ୍ଲାନିଂ ଲାଗୁ କରାଯିବ। ବର୍ତ୍ତମାନ ଦୁଇଟି ଟାଉନ ପ୍ଲାନିଙ୍ଗ ସ୍କିମ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇଛି। ଏହାଦ୍ବାରା ସହର ଉପକଣ୍ଠରେ ଉନ୍ନତ ସହରୀ ଭିତ୍ତିଭୂମି ବିକାଶ ହେବା ସହିତ ଜମି ମାଲିକମାନେ ମଧ୍ୟ ଉପକୃତ ହେବେ ବୋଲି ସେ କହିଛନ୍ତି। ବ୍ରହ୍ମପୁର ସହରର ଖାଦ୍ୟର ପ୍ରସିଦ୍ଧିକୁ ଦେଖି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳର ବିଭିନ୍ନ ସ୍ଥାନରେ ଫୁଡ ଷ୍ଟ୍ରିଟ ନିର୍ମାଣ କରାଯିବ। ସହରର ବିକାଶ ପାଇଁ ଆଗାମୀ ଦିନରେ ଆହୁରି ଅନେକ ନୂଆ ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ସମୃଦ୍ଧ ଓଡିଶା ଗଠନରେ ବ୍ରହ୍ମପୁର ସହର ଓ ଗଞ୍ଜାମ ଜିଲାର ଭୂମିକା ମହତ୍ତ୍ୱପୂର୍ଣ୍ଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme