Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା

Posted on October 24, 2025

ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ ଜିଲ୍ଲାରେ ହାଇଦ୍ରାବାଦ-ବେଙ୍ଗାଲୁରୁ ହାଇୱେରେ ବସରେ ନିଆଁଲାଗିଯିବାରୁ ୨୦ ଜଣଙ୍କ ଜୀବନ ଚାଲିଯାଇଛି । ଆନ୍ଧ୍ରର କୁର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ଅଘଟଣ ଘଟଛି । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ । ବସରେ ପାଖାପାଖି ୪୦ ରୁ ଅଧିକ ଯାତ୍ରୀ ଥିଲେ । ଆଗକୁ ମୃତ୍ୟୁ ସଂଖ୍ୟା ବଢିବ ବୋଲି ଆଶା କରାଯାଉଛି ।

ତେବେ ଘଟଣାକୁ ନେଇ ଦୁଃଖପ୍ରକାଶ କରିବା ସହ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ରାଶି ନେଇ ଘୋଷଣା କରିଛନ୍ତି ।  ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ଅତ୍ୟନ୍ତ ମର୍ମାହତ । ଏହି କଷ୍ଟକର ସମୟରେ ସେମାନଙ୍କ ପରିବାର ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।

ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ କାବେରୀ ଟ୍ରାଭେଲ୍ସ ବସରେ ହଠାତ୍ ଲାଗିଥିଲା ନିଆଁ । ବାଇକ୍‌ ସହ ଧକ୍କା ହେବାରୁ ବସରେ ହଠାତ୍ ନିଆଁ ଲାଗିଯାଇଥିଲା । ବସଟି କିଛି ମିନିଟ୍ ମଧ୍ୟରେ ପାଉଁଶ ହୋଇଗଲା । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ କର୍ଣ୍ଣୁଲ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme