
ଆନ୍ଧ୍ରପ୍ରଦେଶ କୁର୍ଣ୍ଣୁଲ ଜିଲ୍ଲାରେ ହାଇଦ୍ରାବାଦ-ବେଙ୍ଗାଲୁରୁ ହାଇୱେରେ ବସରେ ନିଆଁଲାଗିଯିବାରୁ ୨୦ ଜଣଙ୍କ ଜୀବନ ଚାଲିଯାଇଛି । ଆନ୍ଧ୍ରର କୁର୍ଣ୍ଣୁଲ ଜିଲ୍ଲା ଚିନ୍ନା ଟେକୁରୁ ଗାଁ ନିକଟରେ ଅଘଟଣ ଘଟଛି । ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ । ବସରେ ପାଖାପାଖି ୪୦ ରୁ ଅଧିକ ଯାତ୍ରୀ ଥିଲେ । ଆଗକୁ ମୃତ୍ୟୁ ସଂଖ୍ୟା ବଢିବ ବୋଲି ଆଶା କରାଯାଉଛି ।
ତେବେ ଘଟଣାକୁ ନେଇ ଦୁଃଖପ୍ରକାଶ କରିବା ସହ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତଙ୍କୁ ୫୦ ହଜାର ରାଶି ନେଇ ଘୋଷଣା କରିଛନ୍ତି । ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହାନି ଯୋଗୁଁ ଅତ୍ୟନ୍ତ ମର୍ମାହତ । ଏହି କଷ୍ଟକର ସମୟରେ ସେମାନଙ୍କ ପରିବାର ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।
ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ କାବେରୀ ଟ୍ରାଭେଲ୍ସ ବସରେ ହଠାତ୍ ଲାଗିଥିଲା ନିଆଁ । ବାଇକ୍ ସହ ଧକ୍କା ହେବାରୁ ବସରେ ହଠାତ୍ ନିଆଁ ଲାଗିଯାଇଥିଲା । ବସଟି କିଛି ମିନିଟ୍ ମଧ୍ୟରେ ପାଉଁଶ ହୋଇଗଲା । ସମସ୍ତ ଆହତଙ୍କୁ ଚିକିତ୍ସା ପାଇଁ କର୍ଣ୍ଣୁଲ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି

