Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜଧାନୀରେ ପୁଣି ଲଜ୍ଜା: ଧଉଳିରେ ନାବାଳିକାକୁ ଗଣଦୁଷ୍କର୍ମ, ମୋବାଇଲରେ ଭିଡିଓ ରେକର୍ଡ କରି ଧମକ!

Posted on December 16, 2025

ରାଜଧାନୀ ଭୁବନେଶ୍ୱରର ଐତିହ୍ୟ ସ୍ଥଳୀ ଧଉଳି ଅଞ୍ଚଳରେ ଘଟିଛି ଏକ ଅତ୍ୟନ୍ତ ଜଘନ୍ୟ ଘଟଣା, ଯାହା ସମଗ୍ର ସହରର ନିରାପତ୍ତା ଉପରେ ଗୁରୁତର ପ୍ରଶ୍ନବାଚୀ ସୃଷ୍ଟି କରିଛି । ସୂଚନା ମୁତାବକ, ଗତ ୧୦ ତାରିଖ ଦିନ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ନାବାଳିକା ଜଣକ ନିଜ ପୁରୁଷ ବନ୍ଧୁଙ୍କ ସହ ଧଉଳିରୁ ଫେରୁଥିବା ସମୟରେ ମୋଟ୍ ୫ ଜଣ ଦୁର୍ବୃତ୍ତ ସେମାନଙ୍କୁ ଅଟକାଇ ପ୍ରଥମେ ଟଙ୍କା ମାଗିଥିଲେ ।

ପୁରୁଷ ବନ୍ଧୁ ଟଙ୍କା ଦେବାକୁ ମନା କରିବାରୁ ଦୁର୍ବୃତ୍ତମାନେ ଉଭୟଙ୍କୁ ଏକ ଅନ୍ଧାରିଆ ନଦୀ ପଠାକୁ ଟାଣି ନେଇଥିଲେ । ସେଠାରେ ଦୁର୍ବୃତ୍ତମାନେ ନାବାଳିକାଙ୍କ ପୁରୁଷ ବନ୍ଧୁଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରି ପଥରରେ ଛେଚି ରକ୍ତାକ୍ତ କରିଥିଲେ । ଏହାପରେ ସେମାନଙ୍କ ମଧ୍ୟରୁ ଦୁଇଜଣ ଅଭିଯୁକ୍ତ ନାବାଳିକାଙ୍କୁ ବଳପୂର୍ବକ ଗଣଦୁଷ୍କର୍ମ କରିଥିଲେ । କେବଳ ସେତିକି ନୁହେଁ, ଏହି ପିଶାଚମାନେ ଦୁଷ୍କର୍ମର ଭିଡିଓ ଏବଂ ଫଟୋ ନିଜ ମୋବାଇଲରେ ଉତ୍ତୋଳନ କରି ଘଟଣା ସମ୍ପର୍କରେ କାହାକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ମଧ୍ୟ ଦେଇଥିଲେ ।

ଘଟଣା ସମ୍ପର୍କରେ ଅଭିଯୋଗ ହେବା ପରେ ପୁଲିସ ତୁରନ୍ତ ତଦନ୍ତ ଆରମ୍ଭ କରିଛି । ଏହି ମାମଲାରେ ସମ୍ପୃକ୍ତ ଥିବା ଦୁଇଜଣ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରିଛି । ତେବେ ଅନ୍ୟ ଜଣେ ମୁଖ୍ୟ ଅଭିଯୁକ୍ତ ଏବେ ବି ଫେରାର୍ ଅଛି ଏବଂ ତାକୁ ଧରିବା ପାଇଁ ପୁଲିସ ଚଢ଼ାଉ ଜାରି ରଖିଛି ।

ରାଜଧାନୀ ଉପକଣ୍ଠରେ ଏଭଳି ଜଘନ୍ୟ କାଣ୍ଡ ଘଟିବା ସ୍ପଷ୍ଟ ସଙ୍କେତ ଦେଉଛି ଯେ ଅପରାଧୀମାନଙ୍କ ମନରେ ପୁଲିସର ଭୟ ଆଉ ନାହିଁ । ଅପରାଧୀମାନେ ଭୟଶୂନ୍ୟ ହୋଇ ଏଭଳି କାର୍ଯ୍ୟ କରିବା ସହରର ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ବିପଦରେ ପକାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme