Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜଧାନୀରେ ଲଜ୍ଜ୍ୟା, ଶୋଇଥିବା ଅବସ୍ଥାରେ ମା’ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ

Posted on November 4, 2025

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ମା’ ଓ ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ ହୋଇଛି । ବସ୍‌ଷ୍ଟାଣ୍ଡରେ ଶୋଇଥିବା ଅବସ୍ଥାରେ ଜଣେ ଯୌନ ପିପାଷୁ ମା’ଝିଅଙ୍କୁ ଦୁଷ୍କର୍ମ ଉଦ୍ୟମ କରିଛି । ଅଭିଯୋଗ ପାଇ  ଭରତପୁର ଥାନା ପୁଲିସ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ  ହେଲା ଗଞ୍ଜାମ ବେଗୁନିଆପଡ଼ାର ପବିତ୍ର କହଁର। ପବିତ୍ରକୁ ପୋକ୍‌ସୋ କୋର୍ଟକୁ ଚାଲାଣ କରାଯାଇଛି । 

ସୂଚନା ଅନୁଯାୟୀ, ଗଞ୍ଜାମ  ଜିଲ୍ଲାର ଜଣେ ମହିଳା ଗତକାଲି ସନ୍ଧ୍ୟାରେ ତାଙ୍କ  ନାବାଳିକା ଝିଅ ସହ  ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବସ୍‌କୁ ଅପେକ୍ଷା କରିଥିଲେ ।  ଏହି ସମୟରେ ମହିଳାଙ୍କୁ ନିଦ ହୋଇ ଯାଇଥିଲା । ଏହାର ସୁଯୋଗ ନେଇ  ପବିତ୍ର ପ୍ରଥମେ ମହିଳାଙ୍କ ନାବାଳିକା ଝିଅକୁ ଦୁଷ୍କର୍ମ ଉଦ୍ୟମ କରିଥିଲା ।  ସେ ପାଟି କରି ଉଠିବାରୁ ପବିତ୍ର ତାକୁ ଛାଡ଼ି ଦେଇଥିଲା । ପରେ ମହିଳାଙ୍କୁ ମଧ୍ୟ ଦୁଷ୍କର୍ମ ଉଦ୍ୟମ କରିଥିଲା । ମହିଳା ଜଣଙ୍କ ନିଦରୁ ଉଠି ଚିତ୍କାର  କରିବାରୁ ପବିତ୍ର ସେଠାରୁ ଦୌଡ଼ି ପଳାଇଥିଲା । ମହିଳାଙ୍କ ପାଟି ଶୁଣି ଆଖପାଖ  ଲୋକେ ସେଠାରେ ପହଞ୍ଚିଥିଲେ । ମହିଳାଙ୍କଠାରୁ ଘଟଣା ସମ୍ପର୍କରେ ଜାଣି  ଭରତପୁର ଥାନା ପୁଲିସକୁ ଖବର ଦେଇଥିଲେ । ପୁଲିସ ପହଞ୍ଚି ସଙ୍ଗେ  ସଙ୍ଗେ ବସ୍‌ଷ୍ଟାଣ୍ଡର ବିଭିନ୍ନ ସ୍ଥାନରେ ଚଢ଼ଉ କରିଥିଲା । ବସ୍‌ ଯୋଗେ ଖସି  ପଳାଇବାକୁ ଉଦ୍ୟମ କରୁଥିବା ବେଳେ ବସ୍‌ ଟର୍ମିନାଲ ନିକଟରୁ ପୁଲିସ  ପବିତ୍ରଙ୍କୁ ଉଠାଇ ନେଇଥିଲା । ମହିଳାଙ୍କ ଅଭିଯୋଗ ଆଧାରରେ ପୁଲିସ  ଏକ ମାମଲା ରୁଜୁକରି ପବିତ୍ରକୁ ଗିରଫ କରିଥିଲା । ଏହି ଘଟଣା ପ୍ରଘଟ  ହେବା ପରେ ରାଜଧାନୀରେ ଚାଞ୍ଚଲ୍ୟ ଖେଳି ଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme