Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ମାମଲା ; ଉଦବେଗ ପ୍ରକାଶ କଲେ ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ

Posted on December 16, 2025

ରାଜଧାନୀ ନାବାଳିକା ଗଣଦୁଷ୍କର୍ମ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆରେ ପୋଷ୍ଟ କରି ସେ ଲେଖିଛନ୍ତି ରାଜଧାନୀର ଛାତି ଉପରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅତ୍ୟନ୍ତ ସ୍ପର୍ଶକାତର ଓ ବିଚଳିତ କରିବା ପରି ବିଷୟ। ବର୍ବରତା ଓ ଅରାଜକତା ସୀମା ଟପୁଛି। ରାଜ୍ୟ ରାଜଧାନୀ ଅସୁରକ୍ଷିତ ହୋଇ ପଡ଼ିଛି। ଭୟଶୂନ୍ୟ ହେଉଛନ୍ତି ଅପରାଧୀ, ବିଶ୍ଵନୀୟତା ହରାଉଛନ୍ତି ସରକାର। ଆଇନ ଶୃଙ୍ଖଳା ଆଉ କେତେ ବିପର୍ଯ୍ୟସ୍ତ ହେଲେ ସରକାର ସଜାଗ ହେବେ ବୋଲି ପ୍ରଶ୍ନ କରିଛନ୍ତି ନବୀନ । ଅପରାଧ ରୋକିବା ଦିଗରେ ସରକାରଙ୍କ ଅସମର୍ଥତା ସାଧାରଣ ଜନତାଙ୍କୁ ଭୟଭୀତ କରିଛି। ରାଜଧାନୀରେ ମହିଲାଙ୍କ ପାଇଁ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରିନପାରିବା ବିଜେପି ସରକାରର ଅପାରଗତା ଓ ସମ୍ବେଦନହୀନ ଆଚରଣରକୁ ଦର୍ଶାଇଛନ୍ତି। ମହିଳାଙ୍କ ସୁରକ୍ଷା ସହ ଅପରାଧ ପ୍ରବଣତାକୁ ରୋକିବା ପାଇଁ ସରକାର କଠୋର ପଦକ୍ଷେପ ନିଅନ୍ତୁ। ଘଟଣା ଘଟିବା ପରେ ନୁହେଁ, ପୂର୍ବରୁ ଏହାକୁ ରୋକିବା ଦିଗରେ ସରକାର ତତ୍ପର ହୁଅନ୍ତୁ ବୋଲି କହିଛନ୍ତି ନବୀନ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme