Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ

Posted on December 4, 2025

ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।

କିଛି ଦିନ ପରେ ଶୀତ ପୁଣି ବଢ଼ିଛି । ମଙ୍ଗଳବାର ରାତିରେ ଜି. ଉଦୟଗିରି, ଦାରିଙ୍ଗବାଡ଼ି, ଚିପିଲିମା, ଫୁଲବାଣୀ, ବୌଦ୍ଧ ଓ ସୋନପୁର ଭଳି ସ୍ଥାନର ରାତି ତାପମାତ୍ରା ଖସିଛି । ଦିନକରେ ଜି. ଉଦୟଗିରିରେ ପାରଦ ପ୍ରାୟ ୫ ଡିଗ୍ରୀ କମିଛି । ଦାରିଙ୍ଗିବାଡ଼ିରେ ପ୍ରାୟ ୨.୫ ଡିଗ୍ରୀ, ଫୁଲବାଣୀରେ ୧.୫ ଡିଗ୍ରୀ, ଭୁବନେଶ୍ୱରରେ ୪ ଡିଗ୍ରୀ, କଟକରେ ୩ ଡିଗ୍ରୀ ଖସିଯାଇଛି । ପ୍ରଫେସର ପଶୁପାଳକ କହିଛନ୍ତି, ଆଗକୁ ଶୀତ ବଢ଼ିବା ସହ କୁହୁଡ଼ି ବି ବଢ଼ିବ ।

ଆଗାମୀ ୪ ଦିନରେ ପାରଦ ୪ ଡିଗ୍ରୀ କମିଯିବ । ଆସନ୍ତା ୭ ତାରିଖ ରାତିରେ ମଧ୍ୟ ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶା ଓ କେନ୍ଦ୍ରୀୟ ଓଡ଼ିଶାରେ ରାତି ତାପମାତ୍ରା ଆଉ ୧ ଡିଗ୍ରୀ କମିପାରେ । କିନ୍ତୁ ୮ ତାରିଖ ରାତିରେ ବହୁ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧ରୁ ୨ ଡିଗ୍ରୀ ବଢ଼ିବ । ୯ ତାରିଖରୁ ପୁଣି ତାପମାତ୍ରା ଖସିବ ଓ ଶୀତ ଜାରି ରହିବ । ୫ ଓ ୯ ତାରିଖରେ ଘନ କୁହୁଡ଼ି ଦେଖାଦେବ ବୋଲି ସେ ପୂର୍ବାନୁମାନ କରିଛନ୍ତି । ପାଣିପାଗ କେନ୍ଦ୍ରର ଆକଳନ କହୁଛି, ଆସନ୍ତା ଦୁଇ ଦିନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଖସିପାରେ। ଗୁରୁବାର ଫୁଲବାଣୀ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ରାଉରକେଲା, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କେନ୍ଦୁଝରରେ ରାତି ତାପମାତ୍ରା କମ୍ ରହିବ । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ଝାରସୁଗୁଡ଼ା, ବଲାଙ୍ଗିର ଓ ସୋନପୁରରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ।

ଜି. ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍ ବା ୯.୮ ଡିଗ୍ରୀ ରହିଥିଲା । ଦାରିଙ୍ଗବାଡ଼ିରେ ୧୦ ଡିଗ୍ରୀ, ଚିପିଲିମାରେ ୧୧.୭, ଫୁଲବାଣୀରେ ୧୨, ଝାରସୁଗୁଡ଼ାରେ ୧୨.୧, ରାଉରକେଲାରେ ୧୨.୨, କିରେଇ ଓ କେନ୍ଦୁଝରରେ ୧୩.୨, ଢେଙ୍କାନାଳ, ଭଦ୍ରକ ଓ ସୁନ୍ଦରଗଡ଼ରେ ୧୪, ନବରଙ୍ଗପୁରରେ ୧୪.୨, ସିମିଳିଗୁଡ଼ାରେ ୧୪.୫ ଡିଗ୍ରୀ ରେକର୍ଡ ହୋଇଛି । କଟକରେ ୧୪.୮ ଓ ଭୁବନେଶ୍ୱରରେ ୧୬.୪ ଡିଗ୍ରୀ ରେକର୍ଡ ହୋଇଛି । ଝାରସୁଗୁଡ଼ାରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୧.୪ ଡିଗ୍ରୀ କମ୍ ଥିଲା । ଦକ୍ଷିଣ ବଙ୍ଗୋପସାଗରରେ ଥିବା ବାତ୍ୟା ‘ଡିଟୱା’ ଦୁର୍ବଳ ହୋଇ ଗଭୀର ଅବପାତ ଓ ଏବେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ମେଘୁଆ ପାଗ ରହୁଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme