
ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୪,୬୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୪,୩୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୪,୬୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୪,୩୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୪,୬୯୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୪,୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୮୪୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୪୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୫,୪୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୪,୬୯୦ ଓ ୧,୧୪,୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୫,୦୦୦ ଟଙ୍କା ହୋଇଛି ।

