Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ରେମୁଣା ଖିରୋଚୋରା ମନ୍ଦିରରେ ଖଣ୍ଡଯୁଦ୍ଧ: ଖିରି ଭୋଗକୁ ନେଇ ଗଣ୍ଡଗୋଳ, ୪ ଆହତ

Posted on December 18, 2025

ରାଜ୍ୟର ଦୁଇ ପ୍ରମୁଖ ଧର୍ମାନୁଷ୍ଠାନରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବାଲେଶ୍ୱରର ରେମୁଣାସ୍ଥିତ ପ୍ରସିଦ୍ଧ ଖିରୋଚୋରା ଗୋପୀନାଥ ମନ୍ଦିରରେ ଅପମିଶ୍ରିତ ଖିରି ଭୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଏହି ଘଟଣାରେ ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍ ହେବା ଫଳରେ ୪ ଜଣ ଆହତ ହୋଇଛନ୍ତି। ପରିସ୍ଥିତି ଏପରି ହୋଇଥିଲା ଯେ ଉତ୍ୟକ୍ତ ଲୋକେ ଦୋକାନ ଭଙ୍ଗାରୁଜା କରିଥିଲେ। ଖବର ପାଇ ରେମୁଣା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ପକ୍ଷକୁ ବୁଝାସୁଝା କରିବା ସହ ଶାନ୍ତି ବଜାୟ ରଖିବାକୁ ଚେଷ୍ଟା କରୁଛି।

ଅନ୍ୟପଟେ, ପୁରୀ ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପୁଣି ଥରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କଡ଼ା କଟକଣା ସତ୍ତ୍ୱେ ମହାପ୍ରଭୁଙ୍କ ଗର୍ଭଗୃହ ତଥା ରତ୍ନସିଂହାସନର ଫଟୋ ସୋସିଆଲ ମିଡିଆରେ ଭାଇରାଲ୍ ହୋଇଛି। “ଆଶୀର୍ବାଦ ୯୪୫” ନାମକ ଏକ ସୋସିଆଲ ମିଡିଆ ଆକାଉଣ୍ଟରୁ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଫଟୋ ପୋଷ୍ଟ କରାଯାଇଛି।
ବାରମ୍ବାର ଏପରି ଘଟଣା ଘଟୁଥିବାରୁ ପ୍ରଶାସନର ଅବହେଳାକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଶ୍ରୀମନ୍ଦିର ଭିତରକୁ ମୋବାଇଲ୍ କିମ୍ବା ହିଡେନ୍ କ୍ୟାମେରା କିଭଳି ପ୍ରବେଶ କରୁଛି, ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।

ଏହି ଘଟଣାକୁ ଗୁରୁତର ସହ ନେଇ ସିଂହଦ୍ୱାର ଥାନାରେ ଏକ ମାମଲା ରୁଜୁ କରାଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ମଧ୍ୟ ଶ୍ରୀମନ୍ଦିର ଆଇନରେ ପରିବର୍ତ୍ତନ ପାଇଁ ରାଜ୍ୟ ସରକାରଙ୍କୁ ଚିଠି ଲେଖିଛନ୍ତି। ଏ ସମ୍ପର୍କରେ ସୂଚନା ଦେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ଯେ, ପୁରୁଣା ଆଇନରେ ସଂଶୋଧନ ପାଇଁ ପ୍ରକ୍ରିୟା ଜାରି ରହିଛି। ନିୟମ ଉଲ୍ଲଂଘନ କରୁଥିବା ଅମାନିଆଙ୍କ ବିରୋଧରେ ଆଗକୁ କଠୋର ଦଣ୍ଡବିଧାନ କରାଯିବ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme