Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଧାରଣା

Posted on November 21, 2025

ଶିକ୍ଷକ ନିଯୁକ୍ତି ଦାବିରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ବିଦ୍ୟାଳୟ ସମ୍ମୁଖରେ ଧାରଣା। କେନ୍ଦୁଝର ଜିଲ୍ଲା ଘସିପୁରା ବ୍ଲକ ଅନ୍ତର୍ଗତ ପଥରପଦା ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ଏହି ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଉକ୍ତ ବିଦ୍ୟାଳୟରେ ୨ ମାସ ହେବ ଶିଶୁ ବାଟିକାରୁ ପଞ୍ଚମ ଶ୍ରେଣୀ ପଯ୍ୟନ୍ତ ୭୧ ଜଣ ଛାତ୍ରଛାତ୍ରୀଙ୍କୁ ଜଣେ ଶିକ୍ଷୟିତ୍ରୀ ରହି ପାଠ ପଢାଉଛନ୍ତି । ଏଥିସହ ସରକାରୀ କାଗଜପତ୍ର କାମ ମଧ୍ୟ କରୁଛନ୍ତି । ଯାହା ଫଳରେ ଛାତ୍ରଛାତ୍ରୀମାନଙ୍କ ପାଠ ପଢିବାରେ ବାଧାସୁଷ୍ଟି ହେଉଛି । ଏନେଇ ବିଦ୍ୟାଳୟ କମିଟି ବାରମ୍ବାର ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଇ ଥିଲେ ମଧ୍ୟ ଉଚ୍ଚ କତ୍ତୃପକ୍ଷ କୌଣସି ପଦକ୍ଷେପ ନେଉନାହାନ୍ତି। ଦୀର୍ଘ ଦିନ ଧରି ଶିକ୍ଷକ ଅଭାବ ଥିବାରୁ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାର ଭିତରକୁ ଠେଲି ହୋଇ ଯାଉଛି। ତେଣୁ ତୁରନ୍ତ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲ ସମ୍ମୁଖରେ ଧାରଣାରେ ବସି ରହିଛନ୍ତି ଗ୍ରାମବାସୀ ଏବଂ ଛାତ୍ରଛାତ୍ରୀ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme