Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶୀତରେ ଥରୁଛି ଜି.ଉଦୟଗିରି,ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରୀ ସେଲସିୟସ୍ ରେକର୍ଡ

Posted on November 14, 2025

ହାଡ଼ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି ଓ ଦାରିଙ୍ଗିବାଡ଼ି । ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି। ପ୍ରବଳ ଶୀତ ଯୋଗୁ ଜନଜୀବନ ପ୍ରଭାବିତ ହେଉଛି । ରାସ୍ତା କଡ଼ରେ ବସୁଥିବା ଛୋଟ ବ୍ୟବସାୟୀମାନେ ଅଧିକ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ଶୀତ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇପଡ଼ିଛି । ଦିନ ୧୦ଟାରେ ବି ଘରୁ ବାହାରିବାକୁ କଷ୍ଟ ହେଉଛି । ଲୋକେ ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ଜାଳି ବସୁଛନ୍ତି । ଶୀତ ସାଙ୍ଗକୁ କୋହଲା ପବନ ଯୋଗୁ ଲୋକେ ଅସ୍ତବ୍ୟସ୍ତ ହେଉଛନ୍ତି ।

ଅନ୍ୟପଟେ ଶୀତର ମଜା ନେବାପାଇଁ ପର୍ଯ୍ୟଟକଙ୍କ ଆସିବା ଆରମ୍ଭ ହୋଇଯାଉଛି । କଳିଙ୍ଗା ବନ ଉଦ୍ୟାନ, ମୁକୁଲିଙ୍ଗିଆ ହିଲ୍‌ ଟପ୍, ଶିରିକି ପାର୍କ ଓ ଡ୍ୟାମ୍, କଫି ବଗିଚା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ଼ ଲାଗିଲାଣି । ଶୀତ ହେଉଥିବାରୁ ଗଛରେ ଭରପୁର ଭାବେ ଫୁଲ ଭର୍ତ୍ତି ହୋଇଅଛି । କିନ୍ତୁ ତାପମାତ୍ରା ୩ ଡିଗ୍ରୀ ହେଲେ ଫୁଲ ନଷ୍ଟ ହେବାର ଆଶଙ୍କା ରହିଛି ବୋଲି ଉଦ୍ୟାନ ବିଭାଗୀୟ ଅଧିକାରୀ ସୂଚନା ପ୍ରଦାନ କରିଛନ୍ତି । ସକାଳୁ ସକାଳୁ ଶୀତ ଓ କୁହୁଡି ଯୋଗୁଁ ପାହାଡ ତଳିଆ ଅଞ୍ଚଳ ବହୁ ସୁନ୍ଦର ଦିଶୁଛି । ବିଶେଷ କରି ରାସ୍ତା ଓ ଗଛଗୁଡ଼ିକ ସ୍ପଷ୍ଟ ଜଣା ପଡ଼ିନାହିଁ । ଆହୁରି ଅଧିକ ଶୀତ ହେବ ବୋଲି ଅନୁମାନ କରାଯାଉଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme