Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶୁଭାଂଶୁ ଶୁକ୍ଳାଙ୍କୁ ମିଳିଲା ଅଶୋକ ଚକ୍ର

Posted on January 26, 2026

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ଅଶୋକ ଚକ୍ରରେ ସମ୍ମାନିତ କରାଯାଇଛି । ଆଇଏଏଫ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ଶାନ୍ତିକାଳୀନ ସର୍ବୋଚ୍ଚ ବୀରତା ସମ୍ମାନ ଅଶୋକ ଚକ୍ରରେ ସମ୍ମାନିତ କରାଯାଇଛି । ଗଣତନ୍ତ୍ର ଦିବସ ଅବସରରେ କର୍ତ୍ତବ୍ୟପଥରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭାଂଶୁଙ୍କୁ ଏହି ସମ୍ମାନରେ ସମ୍ମାନିତ କରିଛନ୍ତି । ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ ଯାତ୍ରା ପାଇଁ ଶୁଭାଂଶୁ ସମ୍ମାନିତ ହୋଇଛନ୍ତି । ଅଶୋକ ଚକ୍ର ଭାରତର ସର୍ବୋଚ୍ଚ ଶାନ୍ତିକାଳୀନ ସାମରିକ ସମ୍ମାନ ।

ଗ୍ରୁପ୍ କ୍ୟାପଟେନ ଶୁଭାଂଶୁ ଶୁକ୍ଳାଙ୍କୁ ଶାନ୍ତିକାଳୀନ ସର୍ବୋଚ୍ଚ ବୀରତା ସମ୍ମାନ ଅଶୋକ ଚକ୍ର ପ୍ରଦାନ କରାଯାଇଛି । ୨୦୨୫ ଜୁନ ୨୫ରେ ଐତିହାସିକ ଆକ୍ସିଅମ ମିଶନ-୪ରେ ସେ ଆନ୍ତର୍ଜାତିକ ମହାକାଶ କେନ୍ଦ୍ରକୁ ଯାତ୍ରା କରିଥିଲେ । ଚାରି ଦଶନ୍ଧିରୁ ଅଧିକ ସମୟ ପରେ ପ୍ରଥମ ଭାରତୀୟ ଭାବେ ସେ ମହାକାଶ କେନ୍ଦ୍ରକୁ ଯାଇଥିଲେ । ଆଇଏସ୍ଏସ୍ରେ ଦୀର୍ଘ ୧୮ ଦିନ ରହଣୀ କରିଥିଲେ । ଏହି ସମୟ ଭିତରେ ସେ ୬୦ଟି ବୈଜ୍ଞାନିକ ପରୀକ୍ଷା କରିଥିଲେ । ସେଥିରୁ ଇସ୍ରୋର ୭ଟି ପରୀକ୍ଷା ସାମିଲ ଥିଲା ।

ସେନାର ୩ ଜଣ ଅଫିସରଙ୍କୁ କୀର୍ତ୍ତିଚକ୍ର ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରେ ଅଛନ୍ତି ମେଜର ଅର୍ଶଦୀପ ସିଂହ, ନାଏବ ସୁବେଦାର ଡୋଲେଶ୍ୱର ସୁବା ଏବଂ ଗ୍ରୁପ କ୍ୟାପଟେନ ପ୍ରଶାନ୍ତ ବାଲକ୍ରିଷ୍ଣ ନାୟର । ଏଥିସହ ସେନାର ୧୩ ଜଣ ଅଫିସରଙ୍କୁ ମଧ୍ୟ ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନିତ କରାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ମରଣୋତ୍ତର ଭାବେ ଏହି ସମ୍ମାନ ମିଳିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme