Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀକ୍ଷେତ୍ରରେ ପଞ୍ଚକ ବ୍ରତ ଆରମ୍ଭ

Posted on November 2, 2025

କାର୍ତ୍ତିକ ମାସର ଶେଷ ପାଞ୍ଚଦିନକୁ ପବିତ୍ର ପଞ୍ଚକ ଭାବେ ପାଳନ କରାଯାଏ । ଏହା ମହା ପଞ୍ଚକ, ବକପଞ୍ଚକ ବା ଭୀଷ୍ମପଞ୍ଚକ ବି ବିଷ୍ଣୁ ପଞ୍ଚକ ଭାବେ ମଧ୍ୟ ଜଣାଶୁଣା ।ଯେଉଁମାନେ କାର୍ତ୍ତିକ ମାସ ସାରା ହବିଷ୍ୟ କରିପାରନ୍ତି ନାହିଁ, ସେମାନେ ଏହି ପାଞ୍ଚଦିନ ହବିଷ୍ୟ ପାଳନ କରନ୍ତି ।ଅନେକ ଅଁଳା ନବମୀ, ରାଧାପାଦ ଦର୍ଶନ ଦିବସ ଠାରୁ ସାତଦିନ ହବିଷ୍ୟ କରନ୍ତି । ଏହି ପାଞ୍ଚଦିନ ହିନ୍ଦୁମାନେ ଆମିଷ ପରିତ୍ୟାଗ କରି ଶୁଦ୍ଧ, ସାତ୍ତ୍ୱିକ ଖାଦ୍ୟ ଭୋଜନ କରନ୍ତି । ଏହି ପଞ୍ଚକରେ ବକମାନେ ମଧ୍ୟ ଆମିଷ ଭୋଜନରୁ ନିବୃତ୍ତ ରୁହନ୍ତି ବୋଲି କଥିତ ଅଛି । ତେଣୁ ଏହାକୁ ‘ବକ ପଞ୍ଚକ’ କୁହାଯାଏ ।

ଶର ଶଯ୍ୟା ଉପରେ ଶାୟିତ ପିତାମହ ଭୀଷ୍ମ ରାଜଧର୍ମ, ମୋକ୍ଷଧର୍ମ, ଦାନଧର୍ମ ବର୍ଣ୍ଣନା କରିଥିଲେ, ଯାହାକୁ ପାଣ୍ଡବମାନଙ୍କ ସହିତ ଭଗବାନ ଶ୍ରୀକୃଷ୍ଣ ମଧ୍ୟ ଶୁଣିଥିଲେ । ଏଥିରେ ପ୍ରସନ୍ନ ହୋଇ ଶ୍ରୀବାସୁଦେବ କହିଲେ ଆପଣ ଧନ୍ୟ । ଧର୍ମର ଗୂଢ଼ ରହସ୍ୟ ବର୍ଣ୍ଣନା କରିଛନ୍ତି । କାର୍ତ୍ତିକ ଏକାଦଶୀ ଦିନ ତମେ ଜଳର ଇଚ୍ଛା କରିଛ । ଅର୍ଜୁନ ବାଣଦ୍ୱାରା ଗଙ୍ଗାଜଳ ପ୍ରସ୍ତୁତ କଲେ, ଯଦ୍ୱାରା ତମର ତନ, ମନ, ପ୍ରାଣ ସନ୍ତୁଷ୍ଟ ହେଲା । ଏଣୁ ଆଜିଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପାଞ୍ଚଦିନ ଯେଉଁମାନେ ତୁମକୁ ଜଳ ଅର୍ଘଦାନ କରିବେ- ସେମାନେ ମୋତେ ତୃପ୍ତ କରିବେ । ଏହା ହେଉଛି ଭୀଷ୍ମପଞ୍ଚକ- ପ୍ରତିବର୍ଷ ପାଳିତ ହେବ । ସାଧାରଣତଃ ସନ୍ତାନପ୍ରାପ୍ତି ଉଦ୍ଦେଶ୍ୟରେ ଅନେକ ଏହି ଭୀଷ୍ମପଞ୍ଚକ ବ୍ରତ ପାଳନ କରନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme