Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ଆଜି ପଇତା ଲାଗି ନୀତି, ୫ ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

Posted on November 17, 2025

ଆଜି ମାର୍ଗଶିର ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିବ। ଦଇତାପତି ସେବାୟତଙ୍କ ଏହା ଗୋଷ୍ଠୀଗତ ସେବା ହୋଇଥିବା ବେଳେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ଜୟବିଜୟ ଦ୍ଵାର ବନ୍ଦ ରହିବ ।

ଦଇତାପତି ସେବାୟତ ମାନେ ତିନି ଭାଗରେ ବିଭକ୍ତ ହୋଇ ରତ୍ନସିଂହାସନ ଉପରେ ଚଢି ମହାପ୍ରଭୁଙ୍କ ଏହି ଗୁପ୍ତ ସେବା କରିଥାନ୍ତି । ଦ୍ଵିତୀୟ ଭୋଗମଣ୍ଡପ ସରିବାପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତାଲାଗି କରିବେ । ଏହି ନୀତି ସମ୍ପୂର୍ଣ୍ଣ ହେବାପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ କରାଯିବା ପରେ ଶ୍ରଦ୍ଧାଳୁମାନେ ଶ୍ରୀଜୀଉମାନଙ୍କୁ ଦର୍ଶନ କରିପାରିବେ । ବର୍ଷକୁ ପ୍ରାୟ ଦୁଇଥର ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୋଇଥାଏ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme