Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

 ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି…

Posted on February 11, 2026

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ । ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ । ଫାଲଗୁନ କୃଷ୍ଣ ଦଶମୀ ତିଥିରେ ଅନୁଷ୍ଠିତ ହେବ ବନକ ଲାଗି ନୀତି । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସଂପନ୍ନ କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme