Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ଓଢ଼ଣ ଷଷ୍ଠୀ ପର୍ବ, ମହାପ୍ରଭୁଙ୍କ ହେବ ‘ଘୋଡ଼ ଲାଗି’ ନୀତି

Posted on November 25, 2025

ବୁଧବାର ମାର୍ଗଶୀର ମାସ ଶୁକ୍ଳ ଷଷ୍ଠୀରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଓଢ଼ଣଷଷ୍ଠୀ ପର୍ବ । ଶୀତର ପ୍ରକୋପରୁ ବଞ୍ଚିବାପାଇଁ ମହାପ୍ରଭୁଙ୍କ ‘ଘୋଡ଼ ଲାଗି’ ନୀତି ହେବ । ଠାକୁରେ ଶୀତବସ୍ତ୍ର ପରିଧାନ କରିବେ । ଶ୍ରୀମନ୍ଦିରର ପାରମ୍ପରିକ ଦର୍ଜି ସେବକ ଏହି ଘୋଡ଼ ପ୍ରସ୍ତୁତି କରି ଶ୍ରୀମନ୍ଦିର ଗାରଦ ଜିମା ଦେଇଛନ୍ତି ।

ମଙ୍ଗଳବାର ଘୋଡ଼ ସବୁ ଅଧିବାସ ହେବ । ପଞ୍ଚମୀ ରାତିରେ ଚନ୍ଦନଲାଗି ନୀତି ସରିଲେ ଠାକୁରଙ୍କ ଘୋଡ଼ ଅଧିବାସ ହେବ । ପତନୀ, ଗୀତଗୋବିନ୍ଦ ପାଟ ଓ ସୂତାପୁଟାରେ ନିର୍ଦ୍ଦିଷ୍ଟ ମାପ ଅନୁସାରେ ଠାକୁରଙ୍କ ଶୀତ ବସ୍ତ୍ର ତିଆରି କରାଯାଇଛି । ଦାରୁଦିଅଁଙ୍କ ସମେତ ଶ୍ରୀମଦନମୋହନ, ସୁଦର୍ଶନ, ଗରୁଡ଼, ପତିତପାବନ, ନୃସିଂହ ମହାପ୍ରଭୁ, ସୂର୍ଯ୍ୟଦେବ, ଦକ୍ଷିଣକାଳୀକା ଓ କାକୁଡ଼ିଖାଇ ଠାକୁରାଣୀଙ୍କ ପାଇଁ ମଧ୍ୟ ଘୋଡ଼ ତିଆରି କରାଯାଉଥିବା ସୂଚନା ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme