Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଶ୍ରୀମନ୍ଦିରରେ ପଞ୍ଚକରେ ପ୍ରବଳ ଭିଡ଼, ଆଜି ହେବ ଶ୍ରୀଜୀଉଙ୍କ ଆଡ଼ିକିଆ ବେଶ

Posted on November 3, 2025

ପଞ୍ଚକ ଅବସରରେ ଆଜି ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଦେଖାଦେଇଛି। ଆଜି ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ଆଡ଼ିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ଏହି ବେଶ କରିଥାନ୍ତି।

ଏହି ବେଶରେ ଶ୍ରୀଜୀଉ ଓ ପ୍ରଭୁ ବଳଭଦ୍ରଙ୍କ ମସ୍ତକରେ ସୋଲ, କନା, ବେତ, ଜରି ଇତ୍ୟାଦିରେ ନିର୍ମିତ ଚୂଳ ଲାଗାଯାଏ, ଯାହାରେ ସ୍ୱର୍ଣ୍ଣ ନିର୍ମିତ କିଆ ଓ ଚନ୍ଦ୍ରିକା ଖଞ୍ଜାଯାଇଥାଏ। ଏହି ବେଶ ଦର୍ଶନ କଲେ ଅଶେଷ ପୁଣ୍ୟ ମିଳିଥାଏ ବୋଲି ବିଶ୍ୱାସ ଅଛି, ଯାହା ପାଇଁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭିଡ଼ ଜମାଇଛନ୍ତି।

ଗତକାଲି ପଞ୍ଚକର ପ୍ରଥମ ଦିନରେ ଠେଲାପେଲା ହେବାରୁ ଅନେକ ଭକ୍ତ ତଳେ ପଡ଼ିଯାଇଥିଲେ। ଏହି ପରିସ୍ଥିତି ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଶେଷ ବ୍ୟବସ୍ଥା ଗ୍ରହଣ ହୋଇଛି। ପୋଲିସ ଡିଜି ୱାଇ.ବି. ଖୁରାନିଆ ସ୍ୱୟଂ ପୁରୀ ପହଞ୍ଚି ସୁରକ୍ଷା ବ୍ୟବସ୍ଥା ଓ ଭକ୍ତ ଦର୍ଶନ ବ୍ୟବସ୍ଥା ଯାଞ୍ଚ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme