Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ କଟକଣା

Posted on November 13, 2025

ଗୁରୁବାର ସନ୍ଧ୍ୟାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ପ୍ରାୟତଃ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ଠାକୁରଙ୍କ ବନକଲାଗ ନୀତି ପାଇଁ ଶ୍ରୀମନ୍ଦିରରେ ପୂର୍ବ ଦିନରୁ ପ୍ରସ୍ତୁତି ହୋଇଥାଏ । ଗୁରୁବାର ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯିବ । ଏହା ଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଏହି ନୀତି ସମ୍ପାଦନରେ ଭୂମିକା ରହିଛି । ତେବେ ଉକ୍ତ ଦିନର ଠାକୁରଙ୍କ ନୀତିକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme