
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ସତଭାୟା ସମୁଦ୍ରରେ ବୁଡ଼ିଲା ବୋଟ୍ । ଅଳ୍ପକେ ବର୍ତ୍ତିଲେ ୮ ମତ୍ସ୍ୟଜୀବୀ । ତାରିଣୀ -୨ ବୋଟ୍ ଟି ଦୁର୍ଘଟଣା ଘଟି ବୁଡ଼ିଯାଇଥିବା ସୂଚନା ମିଳିଛି । ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା । ବୋଟଟି ଭଦ୍ରକ ଅଞ୍ଚଳର ବୋଲି ଜଣାପଡିଛି । ସମୁଦ୍ରକୁ ବୋଟ ମାଛ ମାରିବା ପାଇଁ ଆସିଥିବା ବେଳେ ବୋଟରେ ୮ ଜଣ ମତ୍ସ୍ୟଜୀବୀ ଥିଲେ । ଦୁର୍ଘଟଣା ଘଟି ବୋଟି ବୁଡିଯିବାରୁ ମତ୍ସ୍ୟଜୀବୀ ମାନେ ପହଁରି କୂଳକୁ ଚାଲିଆସିଥିଲେ । ତେବେ ସମସ୍ତ ମତ୍ସ୍ୟଜୀବୀ ସୁରକ୍ଷିତ ଅଛନ୍ତି । ବୋଟରେ ଥିବା ମାଛ ସହ ସମସ୍ତ ଆସବାବପତ୍ର ସମୁଦ୍ରରେ ବୁଡି ଯାଇଛି ।
