Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୁକମା ଜିଲ୍ଲାରେ ଏନକାଉଣ୍ଟର, ୩ ମାଓବାଦୀ ନିପାତ

Posted on November 16, 2025

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲାରେ ଏନକାଉଣ୍ଟର। ଚିନ୍ତାଗୁମ୍ଫା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ। ମୃତକଙ୍କ ମଧ୍ୟରେ ହାର୍ଡକୋର ମାଓବାଦୀ ଥିବା ନେଇ ସୂଚନା ମିଳିଥିବା ବେଳେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ସର୍ଚ୍ଚ ଅପରେସନ୍ ଜାରି ରହିଛି।

ସୂଚନା ଅନୁଯାୟୀ, ଛତିଶଗଡ଼ ଚିନ୍ତାଗୁମ୍ଫା ଜଙ୍ଗଲରେ ମାଓବାଦୀମାନେ ମେଳି କରୁଥିଲେ ସୂଚନା ମିଳିଥିଲା। ଯାହା ସଂପର୍କରେ ଗୁଇନ୍ଦା ସୂଚନା ପାଇଥିଲା ସୁରକ୍ଷାକର୍ମୀ । ଏହାପରେ ସୁରକ୍ଷାକର୍ମୀ, ଡିଆର୍, ସିଆର୍ପିଏଫ୍ ଯବାନଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ଅପେରସେନ । ସୁରକ୍ଷାକର୍ମୀ ପୁରା ଅଞ୍ଚଳକୁ ଘେରିଥିବା ଦେଖି ମାଓବାଦୀମାନେ ଗୁଳିଚାଳନା କରିଥିଲେ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଜାରି ହୋଇଥିଲା । ଏପିରିକି ମାଓବାଦୀମାନେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରେ ଯବାନଙ୍କ ପକ୍ଷରୁ ପୁରା ଅଞ୍ଚଳରେ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଯେଉଁଥିରେ ସୁରକ୍ଷାକର୍ମୀଙ୍କୁ ତିନି ଜଣ ମାଓବାଦୀଙ୍କ ମୃତଦେହ ମିଳିଥିବା ବେଳେ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମିଳିଛି । ଏପିରିକି ତିନୋଟି ବନ୍ଧୁକ ମଧ୍ୟ ଘଟଣାସ୍ଥଳରୁ ମିଳିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme