
କମିଲା ସୁନା ଏବଂ ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୨,୪୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୨,୨୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୨,୪୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୨,୨୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୨,୪୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୨,୨୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୨,୬୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୨,୩୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୩,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୩,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୨,୪୬୦ ଓ ୧,୧୨,୨୫୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୫୧,୦୦୦ ଟଙ୍କା ହୋଇଛି ।
