
ସୁନା ଏବଂ ରୂପା ଦରରେ ହେଲା ପରିବର୍ତ୍ତନ । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୫,୪୬୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୫,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୫,୪୬୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୫,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୫,୪୬୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୫,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୫,୬୧୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୫,୧୫୦ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୫,୮୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୪୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୫,୪୬୦ ଓ ୧,୧୫,୦୫୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୫୬,୦୦୦ ଟଙ୍କା ହୋଇଛି ।

