Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୁନ୍ଦରଗଡ଼ରେ ଇଣ୍ଟରନେଟ୍ ସେବା ବନ୍ଦ,୧୬୩ ଧାରା ଲାଗୁ

Posted on January 16, 2026

ଅଶାନ୍ତ ସୁନ୍ଦରଗଡ଼ । ୧୬୩ ଧାରା ଲାଗୁ, ଇଣ୍ଟରନେଟ ସେବା ବନ୍ଦ । ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼ ସହରରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ହିଂସାକାଣ୍ଡ ଓ ଉତ୍ତେଜନାକୁ ଦୃଷ୍ଟିରେ ରଖି ବନ୍ଦ ରହିଛି ସ୍କୁଲ ଓ କଲେଜ । ଜିଲ୍ଲାର ରିଜେଣ୍ଟ ମାର୍କେଟ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି । ଯେଉଁଥିରେ ୪ ପୋଲିସ କର୍ମୀଙ୍କ ସମେତ ୧୨ ଆହତ ହୋଇଛନ୍ତି ।

ଆଇନଶୃଙ୍ଖଳା ସ୍ଥିତି ନିୟନ୍ତ୍ରଣ ପାଇଁ ୧୯ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ଘଟଣାସ୍ଥଳରେ ୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ରାତି ସାରା ପାଚ୍ରୋଲିଂ କରାଯାଇଛି । ସ୍ଥିତି ସ୍ବାଭାବିକ କରିବାକୁ ପ୍ରଶାସନ ପକ୍ଷରୁ ଉଦ୍ୟମ ଚାଲିଛି । ପୋଲିସ ପ୍ରଶାସନକୁ ସହାୟତା କରିବାକୁ ଲୋକଙ୍କୁ ଅପିଲ କରିଛନ୍ତି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ । ଶାନ୍ତି କମିଟି ବସି ସ୍ଥିତି ସଂପୂର୍ଣ୍ଣ ସ୍ବାଭାବିକ କରିବାକୁ ଉଦ୍ୟମ କରାଯିବ । ୨ ଜଣଙ୍କୁ ଅଟକ ରଖାଯାଇଛି, ଦୋଷୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme