Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୂର୍ଯ୍ୟମନ୍ଦିର ସମ୍ମୁଖରେ ଗଣଧାରଣା, ଶନିବାର ପ୍ରବେଶ ଶୁଳ୍କ ଛାଡ଼ ଦାବି

Posted on November 17, 2025

ସୂର୍ଯ୍ୟମନ୍ଦିର ସୁରକ୍ଷା ଓ ସଂରକ୍ଷଣ ପାଇଁ ପ୍ରତି ଶନିବାର ସୂର୍ଯ୍ୟମନ୍ଦିରକୁ ପ୍ରବେଶ ଶୁଳ୍କ ଛାଡ଼ ଆଦି ଦାବି ନେଇ ସୋମବାର ପୂର୍ବାହ୍ଣରେ କୋଣାର୍କ ସୁରକ୍ଷା ସମିତି ପକ୍ଷରୁ ସୂର୍ଯ୍ୟମନ୍ଦିର ସମ୍ମୁଖରେ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଦୀର୍ଘ ୨୯ବର୍ଷ ଧରି ସୁରକ୍ଷା ସମିତି ଏହି ଆନ୍ଦୋଳନ କରିଆସୁଛି। ସୂର୍ଯ୍ୟମନ୍ଦିର ସମ୍ମୁଖରେ ସମିତି ସଦସ୍ୟ, ଯୁବଗୋଷ୍ଠୀ, ସମାଜସେବୀ ପ୍ରମୁଖ ସାମିଲ ହୋଇ ଗଣଧାରଣାରେ ବସି ରହିଥିଲେ। ସୁରକ୍ଷା ସମିତି ସଭାପତିଙ୍କ ନେତୃତ୍ୱରେ ଏହି ଗଣଧାରଣାରେ ସମ୍ପାଦକ ପ୍ରମୁଖ ଯୋଗଦେଇଥିଲେ।

ପ୍ରତି ଶନିବାର ସୂର୍ଯ୍ୟମନ୍ଦିର ପ୍ରବେଶ ଶୁଳ୍କ ଛାଡ଼, ଭବ୍ୟ ନବଗ୍ରହ ମନ୍ଦିର ନିର୍ମାଣ, ବ୍ୟବସାୟୀଙ୍କୁ ଥଇଥାନ, ସୂର୍ଯ୍ୟ ମନ୍ଦିର ସଂରକ୍ଷଣରେ ଅବହେଳା ପ୍ରଦର୍ଶନ ହେଉଥିବା ସଂପର୍କରେ ଏକ ଦାବିପତ୍ର କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଓ ଏ.ଏସ.ଆଇ ଡିଜି, ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା। ଦାବି ପୂରଣ ନହେବା ପର୍ଯ୍ୟନ୍ତ ଏ.ଏସ.ଆଇ ବିରୁଦ୍ଧରେ ଗଣ ଆନ୍ଦୋଳନ ଜାରି ରହିବ ବୋଲି ସମିତି ଚେତାବନୀ ଦେଇଛି। ଏହି କାର୍ଯ୍ୟକ୍ରମକୁ ସମସ୍ତ କର୍ମକର୍ତ୍ତା ପରିଚାଳନାରେ ସହଯୋଗ କରିଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme