Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ଟିପ୍ପଣୀକୁ ନେଇ ବଡ଼ ବିବାଦ

Posted on November 28, 2025

ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ର ଶ୍ରୀମନ୍ଦିର ପ୍ରସଙ୍ଗରେ ଦେଇଥିବା ଏକ ଟିପ୍ପଣୀକୁ ନେଇ ବର୍ତ୍ତମାନ ତୀବ୍ର ବିବାଦ ସୃଷ୍ଟି ହୋଇଛି। ତାଙ୍କର ଏହି ମନ୍ତବ୍ୟକୁ ବିଭିନ୍ନ ମହଲରେ ଅସନ୍ତୋଷ ଏବଂ ତୀବ୍ର ବିରୋଧ କରାଯାଉଛି।

ମିଶ୍ରଙ୍କ ବିବାଦୀୟ ମନ୍ତବ୍ୟ:
ଶୁଭଙ୍କର ମିଶ୍ର ସୋସିଆଲ ମିଡିଆରେ ଏକ ବିବାଦୀୟ ମନ୍ତବ୍ୟ ଦେଇ କହିଛନ୍ତି ଯେ,
ବିବାହ ପୂର୍ବରୁ ପ୍ରେମୀ ଯୁଗଳ ଯଦି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରନ୍ତି, ତେବେ ସେମାନଙ୍କ ପ୍ରେମ କେବେବି ସଫଳ ହେବନାହିଁ। ସେମାନେ କେବେ ବିବାହ ବନ୍ଧନରେ ବାନ୍ଧି ହୋଇପାରିବେ ନାହିଁ। କାରଣ, ଶ୍ରୀମନ୍ଦିର ଉପରେ ମା ରାଧାରାଣୀଙ୍କ ଅଭିଶାପ ରହିଛି।

ଶୁଭଙ୍କର ମିଶ୍ର ଏହି ଅଭିଶାପର କାରଣ ବର୍ଣ୍ଣନା କରି କହିଛନ୍ତି ଯେ ମା’ ରାଧାରାଣୀ ଶ୍ରୀକୃଷ୍ଣଙ୍କୁ ଜଗନ୍ନାଥଙ୍କ ରୂପରେ ଦର୍ଶନ କରିବାକୁ ଯାଉଥିବା ବେଳେ ସେବାୟତ ମାନେ ତାଙ୍କୁ ଅଟକାଇଥିଲେ। ସେବାୟତମାନେ ଶ୍ରୀମନ୍ଦିର ଭିତରକୁ ଭଗବାନଙ୍କ ଧର୍ମପତ୍ନୀଙ୍କ ପ୍ରବେଶ ଉପରେ ବାରଣ ଥିବା କହିଥିଲେ। ଏକଥା ଶୁଣି ମା’ ରାଧାରାଣୀ କ୍ରୋଧିତ ହୋଇ ଶ୍ରୀମନ୍ଦିରକୁ ଅଭିଶାପ ଦେଇଥିଲେ।

ଶ୍ରୀମନ୍ଦିର ଓ ମହାପ୍ରଭୁଙ୍କୁ ନେଇ ଶୁଭଙ୍କର ମିଶ୍ରଙ୍କର ଏଭଳି ଭୁଲ୍ ଉପସ୍ଥାପନାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଗନ୍ନାଥ ସଂସ୍କୃତି ଓ ପରମ୍ପରାର ଜ୍ଞାତାମାନେ ଏହି ମନ୍ତବ୍ୟକୁ ଭିତ୍ତିହୀନ ଓ ଧର୍ମୀୟ ଭାବନାକୁ ଆଘାତ ଦେବା ଭଳି ବୋଲି କହି ପ୍ରବଳ ବିରୋଧ କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme