Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍କୁଟିକୁ ଧକ୍କା ଦେଲା ସଫାରୀ କାର୍

Posted on December 15, 2025

କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ କେବିଡ଼ି ବିଜୁ ଏକ୍ସପ୍ରେସ ଛକରୁ ସଡ଼କ ଦୁର୍ଘଟଣାର ଖବର ସାମ୍ନାକୁ ଆସିଛି । ଆଜି(ସୋମବାର) ପୂର୍ବାହ୍ନରେ ଏକ ସଫାରୀ ଗାଡି ସ୍କୁଟିକୁ ଧକ୍କା ଦେଇଛି । ଦୁର୍ଘଟଣାରେ ସ୍କୁଟିରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।

ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଭବାନୀପାଟଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ନେଉଥିବା ବେଳେ ରାସ୍ତାରେ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ଧର୍ମଗଡ ଥାନା ଅନ୍ତର୍ଗତ ଥନଟ ଗାଁର ଲିଙ୍ଗରାଜ ଦୁର୍ଗା ଏବଂ ଲଳିତ ତାଣ୍ଡି ବୋଲି ଜଣାପଡିଛି ।

ସୂଚନା ଅନୁସାରେ, ଲିଙ୍ଗରାଜ ଏବଂ ତାଙ୍କ ସାଙ୍ଗ ଲଳିତ ତାଣ୍ଡି ତାଙ୍କ ଗାଁ ଥନଟରୁ ଧର୍ମଗଡକୁ ସ୍କୁଟି ଯୋଗେ ଆସୁଥିବା ବେଳେ ଏକ ସଫାରୀ ତାଙ୍କୁ ଆସି ବିଜୁ ଏକ୍ସପ୍ରେସ ୱେ କେବିଡି ଛକରେ ଧକ୍କା ଦେଇଥିଲା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା ଦେଖାଦେଇଛି । ଧର୍ମଗଡ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସଫାରୀ ଗାଡି ଡ୍ରାଇଭରକୁ ଅଟକ ରଖି ଲୋକଙ୍କୁ ବୁଝାସୁଝା କରୁଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme