Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍ପିଡ୍ ବଢ଼ାଇ ଦ୍ରୁତ ଗତିରେ ଆଗକୁ ବଢ଼ୁଛି ବାତ୍ୟା ମୋନ୍ଥା

Posted on October 27, 2025

ଆସିଲା ବାତ୍ୟା ମୋନ୍ଥା ନେଇ ତାଜା ଅପଡେଟ୍ । ସମୁଦ୍ର ଭିତରେ ସ୍ପିଡ୍ ବଢ଼ାଇ ଦ୍ରୁତ ଗତିରେ ଆଗକୁ ବଢ଼ୁଛି ବାତ୍ୟା ମୋନ୍ଥା । ମିଳିଥିବା ସୂଚନା ଅନୁସାରେ ପୂର୍ବରୁ ଏହା ଘଣ୍ଟାପ୍ରତି ୧୫ କିମି ବେଗରେ ଆଗକୁ ବଢ଼ୁଥିବାବେଳେ, ଏବେ କିନ୍ତୁ ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ଆଗକୁ ବଢ଼ୁଛି । ଗତ ୬ ଘଣ୍ଟା ଧରି ଏହା ସମୁଦ୍ର ଭିତରେ ଘଣ୍ଟା ପ୍ରତି ୧୮ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ।

ବର୍ତ୍ତମାନ ସମୟରେ ଏହା ଚେନ୍ନାଇଠାରୁ ୫୨୦ କିଲୋମିଟର ଦୂରରେ ଥିବାବେଳେ, କାକିନାଡ଼ାଠାରୁ ୫୭୦ କିଲୋମିଟର ଦୂରରେ ରହିଛି । ସେହିପରି ବିଶାଖାପାଟଣାଠାରୁ ୬୦୦ କିଲୋମିଟର ଏବଂ ଗୋପାଳପୁରଠାରୁ ୭୫୦ କିଲୋମିଟର ଦୂରରେ ଅଛି । ତେବେ ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ଏହା ସ୍ଥଳଭାଗ ଛୁଇଁବ । ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ମଧ୍ୟରାତ୍ରିରେ ବାତ୍ୟାରେ ପରିଣତ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ଭିତରେ ବଳ ଗୋଟାଇ ଆଗକୁ ବଢୁଛି ।

ପାଣିପାଗ ବିଭାଗର କହିବା ମୁତାବକ, ୨୮ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ମୋନ୍ଥା। ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା ଦିଆଯାଇଛି। ବାତ୍ୟା ‘ମୋନ୍ଥା’ର ବାହ୍ୟ ବାଦଲ ସମୂହ ବିଶାଖାଟଣା ରାଡ଼ାରରେ ଦୃଶ୍ୟମାନ ହେଲାଣି। ପ୍ରଭାବରେ ଗଜପତି, ଗଞ୍ଜାମ ଜିଲ୍ଳାରେ ବର୍ଷା ଆରମ୍ଭ ହୋଇଛି। ଆଗାମୀ କିଛି ଘଣ୍ଟା ମଧ୍ୟରେ ତୀବ୍ର ବୃଷ୍ଟିପାତ ସମ୍ଭାବନା ରହିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme