Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା…

Posted on January 19, 2026

ସ୍ପେନରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ଦୁଇ ଯାତ୍ରୀବାହୀ ଟ୍ରେନ ମଧ୍ୟରେ ଧକ୍କା । ଗୋଟିଏ ଟ୍ରେନ ଲାଇନଚ୍ୟୁତ୍ ହୋଇ ଅନ୍ୟ ଟ୍ରାକ୍‌ରେ ପଡିବା ପରେ ଧକ୍କା ଦେଲା ଅନ୍ୟ ଏକ ଟ୍ରେନ୍ । ଅତି କମରେ ୨୧ ଯାତ୍ରୀ ମୃତ, ଶତାଧିକ ଆହତ । ଉଦ୍ଧାରକାର୍ଯ୍ୟ ଜାରି ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା କରାଯାଉଛି । ଦୁର୍ଘଟଣା ଦକ୍ଷିଣ ସ୍ପେନର ଆଡାମୁଜ୍ ନଗର ନିକଟରେ ଘଟିଛି, ଯାହା କୋର୍ଡୋବା ସହର ନିକଟବର୍ତ୍ତୀ । ମାଲାଗାରୁ ମାଡ୍ରିଡ୍ ଯାତ୍ରା କରୁଥିବା ଦ୍ରୁତ ବେଗର ଟ୍ରେନ୍ ଲାଇନଚ୍ୟୁତ ହୋଇ ପାଖ ଟ୍ରାକ୍ ଉପରେ ପଡ଼ିଯାଇଥିଲା ।

ବିପରୀତ ଦିଗରେ ଯାଉଥିବା ମାଡ୍ରିଡ୍ରୁ ହୁଏଲଭା ଯାତ୍ରା କରୁଥିବା ଦ୍ୱିତୀୟ ଟ୍ରେନ୍ ଏଥିରେ ଧକ୍କା ହୋଇଛି । ସ୍ପେନର ପ୍ରଧାନମନ୍ତ୍ରୀ ପେଡ୍ରୋ ସାଞ୍ଚେଜ୍ ଘଟଣାକୁ ନେଇ ଦୁଖଃ ପ୍ରକାଶ କରିଛନ୍ତି । ୩୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇ ହସ୍ପିଟାଲରେ ଚିକିତ୍ସା ପାଉଛନ୍ତି । କ’ଣ ପାଇଁ ଟ୍ରେନ ଲାଇନଚ୍ୟୁତ ହେଲା ତା’ର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । ଟ୍ରେନ୍‌ର ବିକୃତ ଧ୍ୱଂସାବଶେଷରୁ ଲୋକଙ୍କ ଉଦ୍ଧାର କରିବା ପାଇଁ ଉଦ୍ଧାରକାରୀ ଦଳକୁ ବହୁତ ଅସୁବିଧା ହେଉଛି । ରବିବାର ମାଲାଗାରୁ ସ୍ଥାନୀୟ ସମୟ ସନ୍ଧ୍ୟା ୬:୪୦ଟାରେ ଟ୍ରେନ୍ ଛାଡ଼ିବାର ପ୍ରାୟ ୧୦ ମିନିଟ୍ ପରେ ଘଟିଥିଲା। ଏହି ଟେନରେ ପ୍ରାୟ ୩୦୦ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme