Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହସପିଟାଲରୁ ଡିସଚାର୍ଜ ହେଲେ ଗିଲ୍, ଦ୍ବିତୀୟ ଟେଷ୍ଟରେ ଖେଳିବା ନେଇ ସ୍ପଷ୍ଟ ହୋଇନି

Posted on November 17, 2025

ଭାରତ ଏବଂ ସାଉଥ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ ୩ ଦିନରେ ଶେଷ ହୋଇଛି । ଏହି ଟେଷ୍ଟ ମ୍ୟାଚକୁ ସାଉଥ ଆଫ୍ରିକା ୩୦ ରନରେ ଜିତିନେଇଛି । ଏହି ମ୍ୟାଚରେ ଟିମ୍ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ଅଭାବ ଅନୁଭୂତ ହୋଇଥିଲା । ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ଆହତ ହୋଇ ହସପିଟାଲରେ ଭର୍ତ୍ତି ହୋଇଥିଲେ । ଏବେ ଶୁବମନ ଗିଲ୍ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ।

ସାଉଥ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ଖେଳିବା ସମୟରେ ବେକରେ ଆଘାତ ଯୋଗୁଁ ତାଙ୍କର ଚିକିତ୍ସା ଚାଲିଥିଲା । କୋଲକାତାର ଇଡେନ ଗାର୍ଡେନରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପ୍ରଥମ ଟେଷ୍ଟ ବେଳେ ଗିଲଙ୍କ ବେକରେ ଆଘାତ ହୋଇଥିଲେ । ସୌରଭ ଗାଙ୍ଗୁଲି ରବିବାର ଉଡଲ୍ୟାଣ୍ଡସ୍ ମଲ୍ଟିସ୍ପେଶାଲିଟି ହସ୍ପିଟାଲରେ ଗିଲଙ୍କୁ ଭେଟିବାକୁ ଯାଇ ଥିଲେ ।

ମ୍ୟାଚର ଦ୍ଵିତୀୟ ଦିନରେ ବ୍ୟାଟିଂ କରୁଥିବା ସମୟରେ ଆହତ ହୋଇଥିବା ଗିଲଙ୍କୁ ତୃତୀୟ ଦିନର ଖେଳ ଆରମ୍ଭ ହେବା ପୂର୍ବରୁ ପ୍ରଥମ ଟେଷ୍ଟରୁ ବାଦ ଦିଆଯାଇଥିଲା । ନଭେମ୍ବର ୨୨ରୁ ଗୌହାଟୀରେ ଦ୍ଵିତୀୟ ଟେଷ୍ଟ ମ୍ୟାଚ୍ ଖେଳାଯିବ । ଦକ୍ଷିଣ ଆଫ୍ରିକା ଏହି ଦୁଇ ମ୍ୟାଚ୍ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme