Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ବିବାହ ପୂର୍ବରୁ ଝିଅର ସ୍ବୀକୃତି ଜରୁରୀ

Posted on January 13, 2026

ଝିଅ ବିବାହକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ । ବିବାହ ପୂର୍ବରୁ ପରିବାର ଲୋକ ଝିଅର ସ୍ବୀକୃତି ନେବା ଜରୁରୀ । ଜୋର୍ ଜବରଦସ୍ତି କନ୍ୟାର ବିବାହ କରି ପାରିବେ ନାହିଁ ଅଭିଭାବକ । ଝିଅ ନିଖୋଜ ଅଭିଯୋଗରେ ଦାୟର ହୋଇଥିବା ଏକ ‘ହେବିୟସ କର୍ପସ’ ପିଟିସନ୍‌ର ଶୁଣାଣି କରି ହାଇକୋର୍ଟ ଏଭଳି ଉଲ୍ଲେଖ କରିଛନ୍ତି । ବିବାହ କ୍ଷେତ୍ରରେ ଝିଅର ନିଷ୍ପତ୍ତି ସବୁଠୁ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ।

ବିବାହକୁ ନେଇ କୌଣସି ନିଷ୍ପତ୍ତି ଅଭିଭାବକଙ୍କ ଦ୍ବାରା ନିଆଯିବା ପୂର୍ବରୁ ଝିଅର ଅନୁମତି ନିଆଯିବା ଉଚିତ୍ । ଯେତେବେଳେ ଜଣେ ଝିଅ ବିବାହ ପାଇଁ ପ୍ରସ୍ତୁତ ନଥାଏ, ମାନସିକ ଚାପ କିମ୍ବା ବଳ ପ୍ରୟୋଗ କରି ତାଙ୍କୁ ବାହାଦେବା ଏହା ସମାଜ ପାଇଁ ଅନୁକୂଳ ନୁହେଁ । ଅଭିଭାବକ ମାନେ ନିଜ ନିଷ୍ପତ୍ତି ପିଲାମାନଙ୍କ ଉପରେ ଲଦି ଦେବାର ଭାବନା ବିରୋଧରେ ପ୍ରଶାସନ ସଚେତନ କରିବା ଆବଶ୍ୟକ  । ପ୍ରାପ୍ତ ବୟସ୍କ ଝିଅର ନିଷ୍ପତ୍ତିକୁ ସମ୍ମାନ ଦେବା ଉପରେ ମଧ୍ୟ ହାଇକୋର୍ଟ ଗୁରୁତ୍ବାରୋପ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme