Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାଇୱା ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Posted on December 28, 2025

ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ବ୍ରାହ୍ମଣୀ ନଦୀ ଦେଉଳି ଗାଁ ନିକଟ ଗୋକର୍ଣ୍ଣେଶ୍ୱର ବାଲିଘାଟରେ ହାଇୱା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ମୃତକ ହେଉଛି କୁମାରୀ ପଞ୍ଚାୟତ ଦେଉଳି ଗ୍ରାମର ନରେଶ ରଣା

ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୧୦ଟା ବେଳକୁ ନରେଶ ରଣା ତାଙ୍କର ସାଙ୍ଗ ପାଖକୁ ଖାଦ୍ୟ ନେଇଆସୁଥିଲେ। ସାଙ୍ଗଜଣକ ଜେସିବି ମେସିନ୍ ଚଳାଉଥିବା ଜଣାଯାଇଛି। ସେହି ସମୟରେ ବାଲିଘାଟରେ ଏକ ହାଇୱା ତାଙ୍କୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ପରେ ଖବର ପାଇ ଧର୍ମଶାଳା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ପଠାଇଥିଲା। ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକକଙ୍କୁ ହସ୍ତାନ୍ତର କରାଯାଇଥିଲା। ଏଣେ ପୁଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme