Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ହାତୀପଲକୁ ଧକ୍କା ଦେଲା ରାଜଧାନୀ ଏକ୍ସପ୍ରେସ: ୮ ମୃତ

Posted on December 20, 2025

ଆସାମର ହୋଜାଇ ଜିଲ୍ଲାରେ ଏକ ବଡ଼ଧରଣର ରେଳ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ସାଇରାଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ଏକ ହାତୀପଲକୁ ଧକ୍କା ଦେବା ଫଳରେ ୮ଟି ହାତୀଙ୍କର ମୃତ୍ୟୁ ଘଟିଛି। ଏହି ଭୟଙ୍କର ସଂଘର୍ଷ ଯୋଗୁଁ ଟ୍ରେନର ଇଞ୍ଜିନ ସମେତ ୫ଟି କୋଚ୍ ରେଳ ଧାରଣାରୁ ଚ୍ୟୁତ ହୋଇଛି। ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ୨ଟା ୧୭ ମିନିଟ ସମୟରେ ହାତୀପଲ ରେଳଲାଇନ ପାର ହେଉଥିବା ବେଳେ ଏହି ଅଘଟଣ ଘଟିଥିଲା। ତେବେ ସୌଭାଗ୍ୟବଶତଃ ଏହି ଦୁର୍ଘଟଣାରେ କୌଣସି ଯାତ୍ରୀ ଆହତ ହୋଇନାହାଁନ୍ତି ବୋଲି ରେଳବାଇ ପକ୍ଷରୁ ସ୍ପଷ୍ଟ କରାଯାଇଛି

ନାଗାଓଁ ଡିଭିଜନାଲ ଫରେଷ୍ଟ ଅଫିସର ସୁହାସ କଦମଙ୍କ ସୂଚନା ଅନୁଯାୟୀ, ଖବର ପାଇ ବନ ବିଭାଗର ଅଧିକାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଏହି ଦୁର୍ଘଟଣା ଯୋଗୁଁ ସମ୍ପୃକ୍ତ ରୁଟ୍‌ରେ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଛି। ପ୍ରଭାବିତ ରେଳ ସେକ୍ସନ ଦେଇ ଯାଉଥିବା ଅନ୍ୟ ଟ୍ରେନଗୁଡ଼ିକୁ ବର୍ତ୍ତମାନ ‘ଅପ୍ ଲାଇନ’ ଦେଇ ପଠାଯାଉଛି। ରେଳବାଇ ଏବଂ ବନ ବିଭାଗ ମିଳିତ ଭାବେ ଧାରଣାରୁ ବଗି ହଟାଇବା ଏବଂ ରେଳ ଚଳାଚଳ ସ୍ଵାଭାବିକ କରିବା ପାଇଁ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଜାରି ରଖିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme