Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବ ଲଘୁଚାପ

Posted on November 7, 2025

ଆସୁଛି ଡବଲ୍ ଲଘୁଚାପ । ଗୋଟିଏ ଲୋପ୍ରେସର ୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟା ମୋନ୍ଥା ପ୍ରଭାବରେ ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଏବଂ ତତସଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ୧୨ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ପହଞ୍ଚିବ । ସେପଟେ ଟାଇଫୁନ୍ କାଲାମାଏଗିର ଯାହା ଫିଲିପିନ୍ସ ପ୍ରଭାବିତ କରିବ ତାର ଅବଶିଷ୍ଟାଂଶ ବଙ୍ଗୋପସାଗରରେ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହେବ ।
ଏହି ଦୁଇ ଘୂର୍ଣ୍ଣିବଳୟ ୧୨ ତାରିଖରେ ଦକ୍ଷିଣପୂର୍ବ ଏବଂ ତତସଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲୀନ ହେବେ । ଯାହା ପ୍ରଭାବରେ ୧୪ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ କି ନାହିଁ ତାହା ଜଣାପଡିନି । ଅନ୍ୟପଟେ ୧୯ ତାରିଖ ଆଡକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନରେ ଲୋପ୍ରେସର ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହି ଲଘୁଚାପ ଉପରେ ନଜର ରହିଛି । ସେପଟେ ରାଜ୍ୟକୁ ଫେରୁଛି ଶୀତ । ୧୪ ତାରିଖରୁ ୨୦ ତାରିଖ ମଧ୍ୟରେ ରାଜ୍ୟରେ ଶୀତ ଲହରୀ ଅନୁଭୂତ ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme