Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବ ଲଘୁଚାପ

Posted on November 7, 2025

ଆସୁଛି ଡବଲ୍ ଲଘୁଚାପ । ଗୋଟିଏ ଲୋପ୍ରେସର ୧୪ ତାରିଖରେ ଅନ୍ୟଟି ୧୯ ତାରିଖରେ ହେବା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟା ମୋନ୍ଥା ପ୍ରଭାବରେ ବର୍ତ୍ତମାନ ପୂର୍ବକେନ୍ଦ୍ରୀୟ ଏବଂ ତତସଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ୧୨ ତାରିଖରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ପହଞ୍ଚିବ । ସେପଟେ ଟାଇଫୁନ୍ କାଲାମାଏଗିର ଯାହା ଫିଲିପିନ୍ସ ପ୍ରଭାବିତ କରିବ ତାର ଅବଶିଷ୍ଟାଂଶ ବଙ୍ଗୋପସାଗରରେ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହେବ ।
ଏହି ଦୁଇ ଘୂର୍ଣ୍ଣିବଳୟ ୧୨ ତାରିଖରେ ଦକ୍ଷିଣପୂର୍ବ ଏବଂ ତତସଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲୀନ ହେବେ । ଯାହା ପ୍ରଭାବରେ ୧୪ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ କି ନାହିଁ ତାହା ଜଣାପଡିନି । ଅନ୍ୟପଟେ ୧୯ ତାରିଖ ଆଡକୁ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନରେ ଲୋପ୍ରେସର ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହି ଲଘୁଚାପ ଉପରେ ନଜର ରହିଛି । ସେପଟେ ରାଜ୍ୟକୁ ଫେରୁଛି ଶୀତ । ୧୪ ତାରିଖରୁ ୨୦ ତାରିଖ ମଧ୍ୟରେ ରାଜ୍ୟରେ ଶୀତ ଲହରୀ ଅନୁଭୂତ ହେବ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme