Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା

Posted on January 20, 2026

ଏପ୍ରିଲରୁ ୧୬ରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା। ଏପ୍ରିଲ ୧୬ ରୁ ମେ ୧୫ ଯାଏଁ ଚାଲିବ ଜନଗଣନା। ୩୦ ଦିନ ଧରି ପ୍ରଥମ ପର୍ଯ୍ୟାୟରେ ଘର ଗଣନା କରାଯିବ। ଏନେଇ ଜନଗଣନା ନେଇ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ପ୍ରକାଶ ପାଇଛି ବିଜ୍ଞପ୍ତି ।

ପ୍ରଥମ ପର୍ଯ୍ୟାୟରେ ଘର ଏବଂ ଆସବାବପତ୍ର ଗଣନା ହେବାକୁ ଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ ଘରକୁ ଘର ହେବ ଜନଗଣନା। ଏନେଇ ନିଯୁକ୍ତ ହେବେ ଲକ୍ଷଧିକ ଜନଗଣନା ଅଧିକାରୀ। ଏହା ପୂର୍ବରୁ ସବୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଉନ୍ନୟନ କମିଶନର। ତେବେ ଏନେଇ ଲୋକସେବା ଭବନରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକରେ ତାରିଖ ଧର୍ଯ୍ୟ ହୋଇଥିଲା। ରାଜ୍ୟରେ ଜନଗଣନା ପାଇଁ ୬ ମାସ ଧରି ପ୍ରସ୍ତୁତି ଚାଲିଥିଲା। ଭୁବନେଶ୍ୱର କଟକରେ ପ୍ରୀ ଟେଷ୍ଟ ସରିଛି। ଆସନ୍ତା ୩ ମାସ ଧରି ଜନଗଣନା ଅଧିକାରୀଙ୍କୁ ଦିଆଯିବ ଟ୍ରେନିଂ। ୨୦୦ ଘର ପାଇଁ ଜଣେ ଜନଗଣନା ଅଧିକାରୀ ନିଯୁକ୍ତ ହେବାକୁ ଥିବା ବେଳେ ୬ ଜଣ ଅଧିକାରୀଙ୍କ ପାଇଁ ଜଣେ ସୁପରଭାଇଜର ନିଯୁକ୍ତ ହେବେ। ପ୍ରାୟ ଲକ୍ଷେ ଜନଗଣନା ଅଧିକାରୀ ନିଯୁକ୍ତ କରାଯିବ। ଜଣେ ଜନଗଣନା ଅଧିକାରୀଙ୍କୁ ୨୫ ହଜାର ଆର୍ଥିକ ପ୍ରୋତ୍ସୋହନ ଦିଆଯିବ। ଏପ୍ରିଲରୁ ୧୬ରୁ ମେ ୧୫ ଭିତରେ ପ୍ରଥମ ଫେଜରେ ଘର ମାର୍କ ହେବ। ୨୦୨୭ ଫେବୃଆରୀରୁ ଦ୍ଵିତୀୟ ପର୍ଯ୍ୟାୟରେ ଜନଗଣନା ହେବ ବୋଲି ସୂଚନା ମିଳିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme