Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨ରୁ ପଞ୍ଚୁକ, ପୁରୀ ଶ୍ରୀମନ୍ଦିରରେ ହେବ ଲକ୍ଷାଧିକ ଭକ୍ତଙ୍କ ଭିଡ଼

Posted on October 28, 2025

ନଭେମ୍ବର ୨ରୁ ପଞ୍ଚୁକ। କାର୍ତ୍ତିକ ପଞ୍ଚୁକରେ ପୁରୀ ଶ୍ରୀମନ୍ଦିରରେ ହେବ ଲକ୍ଷାଧିକ ଭକ୍ତଙ୍କ ଭିଡ଼। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଶ୍ରୀମନ୍ଦିର ପ୍ରଶାସନ। 

ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ସହ ମହାପ୍ରଭୁଙ୍କ ନୀତିକାନ୍ତି ଶୃଙ୍ଖଳିତ ନେଇ ବୈଠକରେ ହୋଇଛି ଆଲୋଚନା। ପଞ୍ଚକ ସମୟରେ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଭିନ୍ନ ଭିନ୍ନ ବେଶ ଅନୁଷ୍ଠିତ ହେବ।

ମହାପ୍ରଭୁଙ୍କ ଦିବ୍ୟ ବେଶ ଦେଖିବାକୁ ରାଜ୍ଯ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଜମିବ। ଭକ୍ତମାନେ କିପରି ଶାନ୍ତିଶୃଙ୍ଖଳାରେ ଦର୍ଶନ କରି ଭଲ ଅନୁଭୂତି ନେଇ ଫେରିବେ ସେ ନେଇ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି କରାଯାଉଛି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ବଡ଼ଦାଣ୍ଡରେ ସ୍ୱତନ୍ତ୍ର ବାରିକେଡ ଆରମ୍ଭ ହୋଇଛି। ଭକ୍ତଙ୍କ ପାଇଁ ପାନୀୟ ଜଳ, ଫ୍ୟାନ ଏବଂ ସୂଚନା କେନ୍ଦ୍ରର ବ୍ୟାପକ ବ୍ୟବସ୍ଥା କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme