Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୦୨୬ରେ ୮୨ଟି ଛୁଟି

Posted on December 16, 2025

ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ରବିବାରକୁ ଛାଡ଼ି ମିଳିବ ଆଉ ୮୨ଟି ଛୁଟି। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର ବ୍ୟତୀତ ୮୨ ଦିନ ଛୁଟି ରହିବ। ତେବେ ଛୁଟି ତାଲିକାରେ ଥିବା ନେତାଜୀ ଜୟନ୍ତୀ, ସାଧାରଣତନ୍ତ୍ର ଦିବସ, ଉତ୍କଳ ଦିବସ, ସ୍ୱାଧୀନତା ଦିବସ, ଗଣେଶ ପୂଜା ଓ ଗାନ୍ଧି ଜୟନ୍ତୀ ବିଦ୍ୟାଳୟରେ ପାଳନ କରାଯିବ। ତେଣୁ ଏହି ଦିନ ପିଲାମାନଙ୍କୁ ସ୍କୁଲ ଯିବାକୁ ପଡ଼ିବ। 

ସେହିପରି ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମେ ୬ ତାରିଖରୁ ଜୁନ ୧୭ ତାରିଖ ପର୍ଯ୍ୟନ୍ତ ମୋଟ ୩୮ ଦିନ ଖରା ଛୁଟି ରଖାଯାଇଛି। ପରେ ସ୍ଥିତି ଦେଖି ଏହି ସମୟସୀମା ବଢିପାରେ। ଦୁର୍ଗାପୂଜା ଓ ଶୀତ ସମୟରେ ୮ ଦିନ ଲେଖାଏ ଛୁଟି ରହିବ। ପୂଜା ଛୁଟି ଅକ୍ଟୋବର ୧୭ରୁ ୨୬ ଯାଏ ହେବାକୁ ଥିବା ବେଳେ ଡିସେମ୍ୱର ୨୩ରୁ ୩୧ ତାରିଖ ଯାଏ ଶୀତ ଛୁଟି ମିଳିବ। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅନୁମତି କ୍ରମେ ୨ ଦିନ ସ୍ଥାନୀୟ ଛୁଟି ଦିଆଯିବ। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme