Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୬ରେ ଆଉ ଏକ ଲଘୁଚାପ, ୨୫ ଓ ୨୬ରେ ପ୍ରବଳ ବର୍ଷା ସମ୍ଭାବନା

Posted on October 22, 2025

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ବୁଧବାର ଅପରାହ୍ନ ସୁଦ୍ଧା ଅବପାତରେ ପରିଣତ ହେବ । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ତାମିଲନାଡୁ, ପଣ୍ଡିଚେରୀ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ମୁହାଁଇବା ସହ ଅଧିକ ଘନୀଭୂତ ହୋଇପାରେ । କିନ୍ତୁ ଓଡ଼ିଶା ଉପରେ ବିଶେଷ ପ୍ରଭାବ ପଡ଼ିବନି । ଆସନ୍ତା ୨୬ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୨୫ ଓ ୨୬ ତାରିଖରେ କିଛି ସ୍ଥାନରେ ଭାରି ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି ।

ପାଣିପାଗ ବିଭାଗ ପୂର୍ବାନୁମାନ କରି କହିଛି, ୨୨ ତାରିଖରେ ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିର କିଛି ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି ହୋଇପାରେ ବୋଲି କୁହାଯାଇଛି । ୨୩ ଓ ୨୪ ତାରିଖରେ ବି ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । ୨୫ ଓ ୨୬ ତାରିଖରେ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ ଭାରି ବର୍ଷା ହେବ ବୋଲି ଆଇଏମ୍‌ଡି ଆକଳନ କରିଛି । ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କହିଛନ୍ତି, ଏବେ ଯେଉଁ ସ୍ପଷ୍ଟ ଚିହ୍ନିତ ଲଘୁଚାପ ସୃଷ୍ଟି ହୋଇଛି ତାହା ୨୩ ବା ୨୪ରେ ଅବପାତ ହେବାର ସମ୍ଭାବନା କମ୍‌ । କିନ୍ତୁ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବସ୍ଥାରେ ଏହା ଦ୍ୱିତୀୟ ଲଘୁଚାପ ସହ ମିଶିଯିବ । ୨୪ ବା ୨୫ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଏବେକାର ସ୍ପଷ୍ଟ ଚିହ୍ନିତ ଲଘୁଚାପ ଏହି ସମ୍ଭାବ୍ୟ ଲଘୁଚାପ ସହ ମିଶିବ । କିନ୍ତୁ ଏହା କେତେ ଘନୀଭୂତ ହେବ ଓ ଗତିପଥ କଣ ରହିବ, ତାହା ଏବେଠାରୁ ସ୍ପଷ୍ଟ ହୋଇନି । ୨୪ ତାରିଖ ବେଳକୁ ଏହା ଅଧିକ ସ୍ପଷ୍ଟ ହେବ । ସେ ପୁଣି କହିଛନ୍ତି, ଏବେ ଦକ୍ଷିଣ ବଙ୍ଗୋପସାଗରରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହିତ ହେଉଛି । ଏହା ପ୍ରତ୍ୟାବର୍ତ୍ତନ କରିନି । ପୁଣି ଉତ୍ତର ପୂର୍ବ ମୌସୁମୀ ବାୟୁ ଆସିବାକୁ ଚେଷ୍ଟା କରୁଛି । ଏହା ଟ୍ରାନ୍‌ଜିସନ୍‌ ପିରିଅଡ୍‌ । ବାୟୁମଣ୍ଡଳ ଓ ସମୁଦ୍ରର ପରିସ୍ଥିତି ତତ୍କାଳ ବଦଳିବା ଯୋଗୁ ଏବେଠାରୁ ଠିକ୍‌ ପୂର୍ବାନୁମାନ କରିହେଉନି ।

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଆକଳନ କରି କହିଛନ୍ତି, ଏବେ ଯେଉଁ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅଛି ତାହା ବୁଧବାର ରାତିରେ ତାମିଲନାଡୁ ଓ ଆନ୍ଧ୍ର ଉପକୂଳ ଅତିକ୍ରମ କରିଯିବ । ଏହା ସର୍ବାଧିକ ଅବପାତ ଯାଏ ଘନୀଭୂତ ହୋଇପାରେ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଆଗକୁ ବଢ଼ି ଉପକୂଳ ଅତିକ୍ରମ କରିବ । ରାଜ୍ୟରେ ୨୪ରୁ ୨୬ ଯାଏ ଅଳ୍ପ ବର୍ଷା ସମ୍ଭାବନା ଅଛି । ୨୫ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ୨୫ ଓ ୨୬ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ହୋଇପାରେ । ଦକ୍ଷିଣ ବଙ୍ଗୋପସାଗରରେ ଏହା ସୃଷ୍ଟି ହେବାର ଅଛି । ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ଓ ଅବପାତ ଯାଇପାରେ । କିନ୍ତୁ ଏହାର ଗତିପଥ ସ୍ପଷ୍ଟ ହୋଇନି । ସେହିଭଳି ୨୯ ଓ ୩୦ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ହେବ ବୋଲି ସେ କହିଛନ୍ତି । ଏହା ଲଘୁଚାପ ବି ହୋଇପାରେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme