Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୨୮ ରାତି କିମ୍ବା ୨୯ ସକାଳେ ଉପକୂଳ ଛୁଇଁବ ବାତ୍ୟା

Posted on October 25, 2025

ବାତ୍ୟାଟିଏ ଦାନା ବାନ୍ଧୁଛି । ଆସନ୍ତା ୨୮ ରାତି କିମ୍ବା ୨୯ ସକାଳେ ଆନ୍ଧ୍ର ଉପକୂଳ ଛୁଇଁବ । ଓଡ଼ିଶାରେ ପବନ ଭୟ କମ୍‌ । ତେବେ ୨୭ରୁ ୨୯ ଯାଏଁ ରାଜ୍ୟରେ ବର୍ଷା ରହିବ । ଦକ୍ଷିଣ ଓ ଉପକୂଳରେ ବେଶି ବର୍ଷା ସମ୍ଭାବନା ଅଛି । କିଛି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ହେବ ।

ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଉପରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଭାରତୀୟ ପାଣିପାଗ ବିଭାଗ ଅନୁସାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ୨୫ ତାରିଖରେ ଅବପାତ ଡିପ୍ରେସନ ହେବ । ୨୬ରେ ଗଭୀର ଅବପାତ ରୂପ ନେବ । ୨୭ ସକାଳ ସୁଦ୍ଧା ଦକ୍ଷିଣ- ପଶ୍ଚିମ ଓ ପାଶ୍ୱର୍ବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାରେ ପରିଣତ ହେବ । ବାତ୍ୟା ରୂପ ନେବା ପରେ ଏହାର ଗତିପଥ ନେଇ ଆଇଏମ୍‌ଡି ଏଯାଏଁ କିଛି ସ୍ପଷ୍ଟ କରିନାହିଁ । ବାତ୍ୟା ହେଲେ ତା’ର ନାଁ ରହିବ ‘ମୋନ୍‌ଥା’ । ଥାଇଲାଣ୍ଡ ଭାଷାରେ ମୋନ୍‌ଥାର ଅର୍ଥ ହେଉଛି ସୁନ୍ଦର ଫୁଲ ।

ଆଇଏମ୍‌ଡି ପୂର୍ବାନୁମାନ ଅନୁଯାୟୀ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଆନ୍ଧ୍ରରେ ଅଧିକ ରହିବ । ଓଡ଼ିଶାରେ ଆସନ୍ତା ୨୬ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ଜାଗାରେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ଓଡ଼ିଶା ଉପକୂଳରେ ୨୮ ଓ ୨୯ରେ ପବନ ବେଗ ଘଣ୍ଟା ପ୍ରତି ୫୦-୬୦ କିମି ରହିପାରେ । ପବନର ଝଟକା ୭୦କିମି ପର୍ଯ୍ୟନ୍ତ ଯାଇପାରେ । ଆସନ୍ତା ୨୬ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ମନା କରାଯାଇଛି। ୨୫ ଓ ୨୬ରେ ଦକ୍ଷିଣ ଓ ଉପକୂଳର କିଛି ଜାଗାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୨୭ରେ ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହେବ । ଗଞ୍ଜାମ, ଗଜପତି, ରାୟଗଡ଼ାର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ହୋଇପାରେ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ;ବୌଦ୍ଧ, ନୟାଗଡ଼, ପୁରୀ, ଖୋର୍ଦ୍ଧା,ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି ।

୨୮ ଓ ୨୯ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ୨୮ରେ କେନ୍ଦ୍ରାପଡ଼ା,ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା,ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର,ଭଦ୍ରକ ଓ ଯାଜପୁରରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ୨୯ରେ ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁରର ସ୍ଥାନେ ସ୍ଥାନେ ପ୍ରବଳରୁ ପ୍ରବଳତର ବର୍ଷା ଆଶଙ୍କା ଅଛି । କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକର ଗୋଟିଏ ଦୁଇଟି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୩୦ରୁ ବର୍ଷା କମିବ । ଉପକୂଳର ଅଳ୍ପ କିଛି ସ୍ଥାନ ଏବଂ ଆଭ୍ୟନ୍ତରୀଣ ଅଞ୍ଚଳର ଗୋଟିଏ ଦୁଇଟି ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହେବ । କୃଷି ପାଣିପାଗ ବିଶାରଦ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକଙ୍କ କହିବାନୁସାରେ ପଶ୍ଚିମା ଝଡ଼ ପ୍ରଭାବ ନ ପଡ଼ିଲେ ସମ୍ଭାବ୍ୟ ବାତ୍ୟା ଅଧିକ ଘନୀଭୂତ ହେବ । ଏହା ୨୮ ରାତି କିମ୍ବା ୨୯ରେ ଆନ୍ଧ୍ରର ନେଲୋରରୁ ବିଶାଖାପାଟଣାମଧ୍ୟରେ ଉପକୂଳ ଛୁଇଁପାରେ । ପଶ୍ଚିମା ଝଡ଼ ପ୍ରଭାବ ପଡ଼ିଲେ ଦୁର୍ବଳ ହୋଇ ୨୯ରେ ଓଡ଼ିଶା ଉପକୂଳକୁ ମୁହାଁଇପାରେ ।

ବର୍ତ୍ତମାନର ଆକଳନ କହୁଛି, ୨୬ ଯାଏଁ କାଁ ଭାଁ ହାଲୁକା ବର୍ଷା ହେବ । ରାଜ୍ୟରେ ପବନ ଭୟ ନାହିଁ । ୨୭ରୁ ବର୍ଷା ବଢ଼ିବ । ୨୮ ଓ ୨୯ରେ ଅଧିକ ଓ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୭ରେ ମାଲକାନଗିରି, ରାୟଗଡ଼ା, ଗଜପତି ସମେତ ଗଞ୍ଜାମରୁ ଜଗତସିଂହପୁର ଓ ସଂଲଗ୍ନ ଜିଲ୍ଲାରେ ମଧ୍ୟମ ବର୍ଷା ସମ୍ଭାବନା ଅଛି । ୨୮ରେ ଏସବୁ ଜିଲ୍ଲା ସହ ସମସ୍ତ ଉପକୂଳ ଏବଂ ସଂଲଗ୍ନ ଜିଲ୍ଲା, ୨୯ରେ ପ୍ରାୟ ଅଧିକାଂଶ ଜିଲ୍ଲାରେ ବର୍ଷା ଅଛି । ୩୦ରେ ଉପକୂଳରେ କମିବ, କିନ୍ତୁ ଉତ୍ତର ଉପକୂଳ ଏବଂ ଉତ୍ତର ଆଭ୍ୟନ୍ତରୀଣରେ ବର୍ଷା ରହିବ । ୩୧ରେ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ଅଛି ।

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ ଆକଳନହେଲା, ବାତ୍ୟା ଅଧିକ ଶକ୍ତିଶାଳୀ ହେବା ସମ୍ଭାବନା କମ୍‌ । ୨୮ ରାତି କିମ୍ବା ୨୯ ସକାଳେ ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରର ମଛଲିପଟ୍ଟନମ ଓ ବିଶାଖାପାଟଣା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ଓଡ଼ିଶାରେ ୨୭ରୁ ବର୍ଷା ବଢ଼ିପାରେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
  • ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ
  • ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
  • ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (283)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (59)
  • ରାଜ୍ୟ (902)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme