Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି

Posted on January 17, 2026

ଜାନୁଆରୀ ୩୧ରେ ଦୁଇ ଦିନିଆ ଛତିଶଗଡ଼ ଗସ୍ତରେ ଯିବେ ରାଜ୍ୟ ସରକାରଙ୍କ ମହାନଦୀ କମିଟି। ତା’ପୂର୍ବରୁ ୨୩ ତାରିଖରେ ବସିବ ସର୍ବଦଳୀୟ ବୈଠକ। ଏହି ବୈଠକରେ ଯାହା ନିଷ୍କର୍ସ ବାହାରିବ ସେହି ଆଧାରରେ ଛତିଶଗଡ଼ରେ ପକ୍ଷ ରଖିବ ଟିମ୍। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ। 

ସୂଚନାନୁଯାୟୀ, ଫେବୃଆରୀ ୭ ତାରିଖରେ ମହାନଦୀ ଟ୍ରିବୁନାଲର ପରବର୍ତ୍ତୀ ଶୁଣାଣି ରହିଛି। ଛତିଶଗଡ଼ ସରକାରଙ୍କ ସହ କଥା ହେବାପରେ ଓଡ଼ିଶା ସରକାର ଟ୍ରିବୁନାଲଙ୍କ ନିକଟରେ ପକ୍ଷ ରଖିବେ। ଆଜି ମହାନଦୀ କମିଟିର ଦ୍ଵିତୀୟ ବୈଠକରେ ନିଷ୍ପତ୍ତି ହୋଇଛି। ରାଜୀବ ଭବନରେ ମହାନଦୀ କମିଟିର ଦ୍ଵିତୀୟ ବୈଠକ ବସିଥିଲା। କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଥିଲା। ରାଜସ୍ବ ମନ୍ତ୍ରୀ, ଆଇନ ମନ୍ତ୍ରୀଙ୍କ ସହ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ ଏବଂ ସରକାରୀ ଦଳ ମୁଖ୍ୟ ସଚେତକ ଉପସ୍ଥିତ ଥିଲେ। ତେବେ ୨୦୧୮ ମାର୍ଚ୍ଚ ୧୨ରେ ଗଠନ ହୋଇଥିବା ଟ୍ରିବୁନାଲ ମାର୍ଚ୍ଚ ୧୩ରେ ଅବଧି ସରିବ। ଅବଧି ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme