Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଆଜିଠୁ ୧୧ ଯାଏ ବିକ୍ଷିପ୍ତ ବର୍ଷା, ୩ ଜିଲ୍ଲାକୁ ଆଲର୍ଟ ଜାରି

Posted on October 9, 2025

ଗୁରୁବାର  ଉପକୂଳ ଓଡ଼ିଶାରେ ଭାରି ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ  ଅଧିକ ବର୍ଷା ସମ୍ଭାବନା ଅଛି । ଉପକୂଳ ଓଡ଼ିଶାର ଅନ୍ୟ ସ୍ଥାନରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୯ରୁ ୧୧ ତାରିଖ ଯାଏ ରାଜ୍ୟର  ବିକ୍ଷିପ୍ତ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ  ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି । ଯାଜପୁର, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼,  ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ  ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।

ସେହିଭଳି ୧୦ ତାରିଖରେ  ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ  ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହା ପ୍ରଭାବରେ  ଶୁକ୍ରବାର ଗଞ୍ଜାମ ଓ ଗଜପତିରେ ଭାରୀ ବର୍ଷା ହୋଇପାରେ ।  ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା  ସମ୍ଭାବନା ଅଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,  କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼,  ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,  ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ,  ନୂଆପଡ଼ା ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୧ରେ  ମଧ୍ୟ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି  ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ  କରିଛି ।

ବୁଧବାର ଭୁବନେଶ୍ୱରରେ ସର୍ବାଧିକ ୪୦.୯ ମିମି ବର୍ଷା  ହୋଇଛି । ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ମଧ୍ୟାହ୍ନରୁ ନେଇ ଅପରାହ୍ନ ଯାଏ ଘନଘନ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme